ପ୍ରୟାଗରାଜରେ ବାୟୁସେନାର ପ୍ରଶିକ୍ଷଣ ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜରେ ବାୟୁସେନାର ପ୍ରଶିକ୍ଷଣ ବିମାନ ଦୁର୍ଘଟଣାଗ୍ରସ୍ତ

ଉତ୍ତରପ୍ରଦେଶର ପ୍ରୟାଗରାଜରେ ଏକ ବଡ ଧରଣର ବିମାନ ଦୁର୍ଘଟଣା । ଭାରତୀୟ ବାୟୁସେନାର ଏକ ପ୍ରଶିକ୍ଷଣ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ବିମାନ ଉଡାଣ ସମୟରେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଦୁର୍ଘଟଣାଗ୍ରସ୍ତ ହୋଇ ଏକ ପୋଖରୀ ମଧ୍ୟରେ ଖସିପଡ଼ିଛି । ଉଭୟ ପାଇଲଟଙ୍କୁ ସୁରକ୍ଷିତ ଭାବରେ ଉଦ୍ଧାର କରାଯାଇଛି । ବାୟୁସେନାର ଏକ ଟିମ୍‌ ଏବଂ ଉଦ୍ଧାରକାରୀ ଦଳ ହେଲିକପ୍ଟର ଯୋଗେ ଘଟଣାସ୍ଥଳରେ ପହଞ୍ଚିଥିଲେ । ଉଭୟ ପାଇଲଟଙ୍କୁ ତୁରନ୍ତ ସାମରିକ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି ।