ଫୋକସରେ ଦୁଃସାହସିକ ପର୍ଯ୍ୟଟନ


ଭୁବନେଶ୍ୱର: ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଓଡିଶା ଦୁଃସାହସିକ ପର୍ଯ୍ୟଟନ ନିଦେ୍ର୍ଦଶାବଳୀ-୨୦୨୫କୁ ଚୂଡାନ୍ତ କରାଯାଇଛି  ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତିଯେ, ଅନ୍ୟାନ୍ୟ କ୍ଷେତ୍ର ସହିତ ପର୍ଯ୍ୟଟନ କ୍ଷେତ୍ରରେ ମଧ୍ୟ ‘ଥିଙ୍କ୍ ଇଣ୍ଡିଆ, ଥିଙ୍କ୍ ଓଡିଶା’ ଦୃଷ୍ଟିଭଙ୍ଗୀ ନେଇ ଓଡିଶାରେ ପର୍ଯ୍ୟଟନ ପ୍ରକଳ୍ପଗୁଡିକର ବିକାଶ କରାଯିବ  । ଦୁଃସାହସିକ ପର୍ଯ୍ୟଟନ କ୍ଷେତ୍ରକୁ ଏପରି ଆକର୍ଷଣୀୟ କରାଯିବ, ଯେପରି ଲୋକ ଭାରତକୁ ଆସିବା କଥା ଚିନ୍ତା କଲେ, ପ୍ରଥମେ ଓଡିଶା କଥା ସରକାରଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି  । ଓଡିଶାର ବିକାଶ ପାଇଁ ଯେଉଁ ବ୍ୟାପକ ଦୃଷ୍ଟିଭଙ୍ଗୀ ରଖାଯାଇଛି, ଏହି ନିଦେ୍ର୍ଦଶାବଳୀ ତାହାର ଏକ ଅଂଶବିଶେଷ  । ଓଡିଶାରେ ଥିବା ବିଭିନ୍ନ ପ୍ରାକୃତିକ ସୌନ୍ଦର୍ଯ୍ୟମୟ ଓ ରୋମାଞ୍ଚକ ସ୍ଥାନଗୁଡିକୁ ଦୁଃସାହସିକ ପର୍ଯ୍ୟଟନର ପ୍ରମୁଖ ଗନ୍ତବ୍ୟସ୍ଥଳୀ ଭାବରେ ବିକଶିତ କରିବା ଏହାର ଲକ୍ଷ୍ୟ । ଓଡିଶାର ସମସ୍ତ ୩୦ଟି ଜିଲ୍ଲାରେ ଏହି ଦୁଃସାହସିକ ପର୍ଯ୍ୟଟନର ସମ୍ଭାବନା ଥିବା ସ୍ଥାନଗୁଡିକର ମ୍ୟାପିଙ୍ଗ୍ କରାଯାଇ ଏଗୁଡିକର ବିକାଶ କରାଯିବ । ସାତକୋଶିଆରେ ରାଫ୍ଟିଙ୍ଗ୍ ଓ ହିରାକୁଦ ଉପରେ ହଟ୍ ଏୟାର ବେଲୁନ୍ ପର୍ଯ୍ୟଟନର ବିକାଶ ସହିତ ଅନ୍ୟାନ୍ୟ ସ୍ଥାନରେ ମଧ୍ୟ ଏହିପରି ପର୍ଯ୍ୟଟନ ସୁବିଧାର ବ୍ୟବସ୍ଥା କରାଯିବାର ଲକ୍ଷ୍ୟ ରଖାଯାଇଛି  ।
ଏହି ପର୍ଯ୍ୟଟନ ଲୋକପ୍ରିୟ ହେବା ସହିତ ଏହା ରାଜ୍ୟର ଯୁବଶକ୍ତି ପାଇଁ ମଧ୍ୟ ବ୍ୟାପକ ସୁଯୋଗ ସୃଷ୍ଟି କରିବ  । ଏହି ନିଦେ୍ର୍ଦଶାବଳୀ ଅନୁଯାୟୀ, ଜଳ,ସ୍ଥଳ ଓ ଆକାଶ- ବିଭିନ୍ନ ଦୁଃସାହସିକ ପର୍ଯ୍ୟଟନ ପାଇଁ ଯୁବବର୍ଗଙ୍କୁ ତାଲିମ ଓ ପ୍ରମାଣପତ୍ର ବ୍ୟାପକ ସୁଯୋଗ ସୃଷ୍ଟି କରିବ  । ଏହି ନିଦେ୍ର୍ଦଶାବଳୀ ଅନୁଯାୟୀ, ଜଳ,ସ୍ଥଳ ଓ ଆକାଶ- ବିଭିନ୍ନ ଦୁଃସାହସିକ ପର୍ଯ୍ୟଟନ ପାଇଁ ଯୁବବର୍ଗଙ୍କୁ ତାଲିମ ଓ ପ୍ରମାଣପତ୍ର ଦିଆଯିବ । ଏହା ଦ୍ୱାରା ସେମାନଙ୍କ ପାଇଁ ବ୍ୟାପକ ନିଯୁକ୍ତିର ସମ୍ଭାବନା ସୃଷ୍ଟି ହୋଇପାରିବ  । ଏଥିପାଇଁ ଘରୋଇ କ୍ଷେତ୍ରର ଅଂଶଗହଣକୁ ମଧ୍ୟ ପ୍ରୋସôାହନ ଦିଆଯିବ  । ‘ଏକ୍ଟ ଇୟଙ୍ଖରଦ୍ଭଗ୍ଧଙ୍କକ୍ସର’ ପୋର୍ଟାଲ ଜରିଆରେ ଘରୋଇ କ୍ଷେତ୍ରର ଅଂଶଗ୍ରହଣକୁ ଅନୁମୋଦନ ଦିଆଯିବ  ।  ପର୍ଯ୍ୟଟନ କ୍ଷେତ୍ରରେ ନିବେଶ ପାଇଁ ଘରୋଇ ସଂସ୍ଥାଗୁଡିକୁ ଓଡିଶା ପର୍ଯ୍ୟଟନ ନୀତି-୨୦୨୨ ଅଧିନରେ ଆକର୍ଷଣୀୟ ପ୍ରୋସôାହନ ପ୍ରଦାନ କରିବା ପାଇଁ ମଧ୍ୟ ବ୍ୟବସ୍ଥା ରଖା ଯାଇଛି  । ବିଶ୍ୱସ୍ତରୀୟ ପ୍ରତିଯୋଗିତାମୂଳକ ପର୍ଯ୍ୟଟନ କ୍ଷେତ୍ରରେ ଓଡିଶାକୁ ଏକ ଆକର୍ଷଣୀୟ କେନ୍ଦ୍ର ଭାବେ ବିକଶିତ କରିବା ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟମ ଜାରି ରହିବ  । ଏହି ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏବଂ ପର୍ଯ୍ୟଟନ ବିଭାଗର କମିଶନର ତଥା ଶାସନ ସଚିବ ବଲୱନ୍ତ ସିଂହ ଉପସ୍ଥିତ ଥିଲେ  ।