ବକ୍ସି ଜଗବନ୍ଧୁଙ୍କ ଶ୍ରାଦ୍ଧଦିବସ
ଭୁବନେଶ୍ୱର : ମହାନ୍ ବିପ୍ଳବୀ ବକ୍ସି ଜଗବନ୍ଧୁଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧଦିବସ ପାଳନ ହୋଇଯାଇଛି । ଏହି ଅବସରରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଦ୍ୱାରା ଭୁବନେଶ୍ୱରର ମୁ୍ୟଜିୟମ୍ ଛକସ୍ଥିତ ମହାନ୍ ବିପ୍ଳବୀ ବକ୍ସି ଜଗବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ବିଶିଷ୍ଟ ଅତିଥିମାନଙ୍କ ଦ୍ୱାରା ମାଲ୍ୟାର୍ପଣ ହୋଇଯାଇଛି । ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ କୁମାର ଜଗଦେବ, ପୂର୍ବତନ ବିଧାୟକ ସୁରେଶ ଚନ୍ଦ୍ର ରାଉତରାୟ, ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିଦେ୍ର୍ଦଶକ ସରୋଜ କୁମାର ସାମଲ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଲକ୍ଷ୍ମଣ ବେହେରା, ଆଚାର୍ଯ୍ୟ ବିହାର ପରିଷଦର ସମ୍ପାଦକ, ବିଭାଗର ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଓ କର୍ମଚାରୀ, ଉକôଳ ସମ୍ମିଳନୀର କର୍ମକର୍ତ୍ତା ଏବଂ ଅନ୍ୟାନ୍ୟ ସାମାଜିକ ଅନୁଷ୍ଠାନର କର୍ମକର୍ତ୍ତା ଯୋଗଦେଇ ମହାନ ବିପ୍ଳବୀ ବକ୍ସି ଜଗବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।