ବଙ୍ଗୋପସାଗରରେ ଲଘୁଚାପ

ବଙ୍ଗୋପସାଗରରେ ଲଘୁଚାପ
  • ଦକ୍ଷିଣ ଓଡ଼ିଶାରେ ବର୍ଷିବ
  • ୧୮ ଯାଏଁ ବର୍ଷା

ଭୁବନେଶ୍ୱର : ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର, ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳ ଉପରେ ଉପରବାୟୁ ଘୂର୍ଣ୍ଣିବଳୟ ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିହୋଇଛି । ଆଗାମୀ ଦୁଇ ଦିନ ମଧ୍ୟରେ ଦକ୍ଷିଣ ଓଡ଼ିଶା ଓ ତତସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଛତିଶଗଡ଼ ଦେଇ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି । ସେହିପରି ଏକ ଟ୍ରଫ ମଧ୍ୟ ଲଘୁଚାପ କ୍ଷେତ୍ରର କେନ୍ଦ୍ର ଦେଇ ଗତି କରୁଛି । ଏହାର ପ୍ରଭାବରେ ଆସନ୍ତା ୧୮ ପର୍ଯ୍ୟନ୍ତ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି । ଆସନ୍ତାକାଲି କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ କଳାହାଣ୍ଡିର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ଅଛି । ଏହାଛଡ଼ା ବାଲେଶ୍ୱର, ଭଦ୍ରକ, ଯାଜପୁର,  କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ ଓ ରାୟଗଡ଼ାରେ ଝଟକା ପବନ ସହ ବଜ୍ରପାତ ହେବାନେଇ ପୂର୍ବାନୁମାନ କରାଯାଇଛି । ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।