ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୁର୍ଣ୍ଣିବଳୟ
କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୁର୍ଣ୍ଣିବଳୟ । ଏହାର ପ୍ରଭାବରେ ଆସନ୍ତକାଲି ବା ୧୩ ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ପଶ୍ଚିମ କେନ୍ଦ୍ରୀୟ ଓ ତତ୍ ତ୍ସଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ପରେ ଆଗାମୀ ୪୮ ଘଣ୍ଟାରେ ଏହା ଅଧିକ ଘନୀଭୂତ ହେବ । ଫଳରେ ରାଜ୍ୟରେ ୩ ଦିନ ଧରି ଭାରି ଓ ବିସ୍ତୃତି ବର୍ଷାର ସମ୍ଭାବନା ଦେଇଛି ପାଣିପାଗ ବିଭାଗ । ବିଶେଷ କରି ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ। ଆସନ୍ତା ୨୪ ଘଣ୍ଟାରେ ସାରା ଓଡ଼ିଶାରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ସହ ବିଜୁଳି ଘଡଘଡି ବର୍ଷର ସମ୍ଭାବନା ଥିବା ବେଳେ କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି ଏହି ୩ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ବର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ । ବର୍ଷା ସମୟରେ ୩୦ ରୁ ୪୦ କିମି ର ଝଟକା ପବନ ହେବାର ସମ୍ଭାବନା ରହିଛି । ସେହିପରି ଆସନ୍ତାକାଲି ସାରା ଓଡ଼ିଶାରେ ବର୍ଷା ସହ କିଛି ସ୍ଥାନରେ ଭାରି ବର୍ଷାର ସମ୍ଭାବନା ଥିବା ବେଳେ ମାଲକାନଗିରି ଓ କୋରାପୁଟ ରେ ପ୍ରବଳରୁ ଅତି ପ୍ରବଳ ବର୍ଷାକୁ ନେଇ ଅରେଞ୍ଜ ବର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ । ସେହିପରି ପ୍ରବଳ ବର୍ଷା ପାଇଁ ଗଜପତି, ରାୟଗଡା, କଳାହାଣ୍ଡି, ନବରଷୁଙ୍ଗାପୁର ,ନୂଆପଡା ଓ ବଲାଙ୍ଗୀର ରେ ପ୍ରବଳ ବରସହାକୟ ନେଇ ୟେଲୋ ବର୍ଣ୍ଣିଙ୍ଗ ଜାରି କରିଛି ବିଭାଗ ।
ବର୍ଷା ସମୟରେ ୩୦ ରୁ ୪୦ କିମି ର ଝଟକା ପବନ ହେବାର ସମ୍ଭାବନା ରହିଛି । ୧୫ ତାରିଖ ଯାଏ ଅତି ପ୍ରବଳ ଓ ୧୬ ଯାଏ ପ୍ରବଳ ବର୍ଷା ଥିବା ବେଳେ ଏହା ପରେ ପାଗ ବଦଳିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସେପଟେ ମେଘୁଆ ପାଗ ସହ ପବନର ବେଗକୁ ନେଇ ସମୁଦ୍ର ଅଶାନ୍ତ ରହିବ।ତେଣୁ ୧୩ ରୁ ୧୬ ତାରିଖ ଯାଏ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି । ଏପଟେ ମୌସୁମୀ ଋତୁ ଅର୍ଥାତ୍ ଜୁନ ୧ ରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ୬୫୫.୯ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ସ୍ୱାଭାବିକ ବର୍ଷା ୬୯୮.୪ ମିମି ରେକର୍ଡ ହୋଇଛି। ରାଜ୍ୟରେ ଏବେବି ୬ ପ୍ରତିଶତ କମ ବର୍ଷା ରେକର୍ଡ ହୋଇଛି। ୧୬ ଜିଲ୍ଲାରେ ସ୍ୱାଭାବିକ ବର୍ଷା ,୩ ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ଏବଂ ୧୧ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି।ଗତ ୨୪ ଘଂଟାରେ ଅଧିକାଂଶ ସ୍ଥାନରେ ହାଲୁକରୁ ମଧ୍ୟମ ବର୍ଷା ସହ ୨ ଟି ସ୍ଥାନରେ ପ୍ରବଳ ବର୍ଷା ରେକଡ଼ ହୋଇଥିବା ବେଳେ ସର୍ବାଧିକ ବର୍ଷା କେନ୍ଦ୍ରାପଡା ପଟାମୁଣ୍ଡାଇର ୭୦.୫ ମିମି ରେକର୍ଡ କରାଯାଇଛି।