ବଢ଼ିବ ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା
ଭୁବନେଶ୍ୱର : ବଢ଼ିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା । ପୂର୍ବତନ ବିଧାୟକ ମାନଙ୍କର ପେନସନ୍ ବୃଦ୍ଧି ପାଇବା ସହ ବର୍ତ୍ତମାନର ବିଧାୟକ, ମନ୍ତ୍ରୀ, ବାଚସ୍ପତି ଏବଂ ଉପ-ବାଚସ୍ପତିଙ୍କ ଦରମା ବଢ଼ିବ । ଏନେଇ ବିଧାନସଭାରେ ଆଜି ଗୁରୁତ୍ୱପୂର୍ଣ୍ଣ ବିଲ୍ ଉପସ୍ଥାପନ କରିବେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ।