ବଢ଼ିଲା ପ୍ରଦୂଷଣ ସାର୍ଟିଫିକେଟ୍‌ ଯାଞ୍ଚ ଅବଧି 

ବଢ଼ିଲା ପ୍ରଦୂଷଣ ସାର୍ଟିଫିକେଟ୍‌ ଯାଞ୍ଚ ଅବଧି 

ଭୁବନେଶ୍ୱର : ଆସନ୍ତା ଫେବୃଆରୀମାସକୁ ବଢ଼ିଲା ପ୍ରଦୂଷଣ ସାର୍ଟିଫିକେଟ୍‌ ଯାଞ୍ଚ ଅବଧି । ଜନସାଧାରଣ ସମ୍ମୁଖୀନ ହେଉଥିବା ସମସ୍ୟାକୁ ଅନୁଧ୍ୟାନ କରି ‘ବୈଧ ପ୍ରଦୂଷଣ ପ୍ରମାଣପତ୍ର ବିନା ଇନ୍ଧନ ମନା’ ନିଷ୍ପତ୍ତି ଲାଗୁ ନିଷ୍ପତ୍ତିକୁ ଘୁଞ୍ଚାଯାଇଛି । ପୂର୍ବରୁ ଜାନୁଆରୀରୁ ଏହା ଲାଗୁ ପାଇଁ ନିଷ୍ପତ୍ତି ହୋଇଥିଲା । ତେବେ ଜନସାଧାରଣଙ୍କ ଦାବିକୁ ଦୃଷ୍ଟିରେ ରଖି ବାଣିଜ୍ୟ ଓ ପରିବହନ ବିଭାଗର ମାନ୍ୟବର ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶକ୍ରମେ ଏହାକୁ ଫେବ୍ରୁଆରୀ ପହିଲାକୁ ଘୁଞ୍ଚାଯାଇଛି । ଫେବ୍ରୁଆରୀ ୧ ପୂର୍ବରୁ କୌଣସି ପେଟ୍ରୋଲ ପମ୍ପରେ କାହାକୁ ମଧ୍ୟ ପ୍ରଦୂଷଣ ସାର୍ଟିଫିକେଟ ପାଇଁ ଇନ୍ଧନ ଦେବାକୁ ମନା କରାଯାଇପାରିବ ନାହିଁ । ଏହି ସମୟରେ ପ୍ରଦୂଷଣ ସାର୍ଟିଫିକେଟ ସଂକ୍ରାନ୍ତରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଗ୍ରହଣ କରିବାକୁ ନିଷ୍ପତ୍ତି ହୋଇଛି । ଫେବୃଆରୀରୁ ପିୟୁସି ନଥିଲେ ପେଟ୍ରୋଲ ଓ ଡିଜେଲ ମିଳିବ ନାହିଁ ।