ବଢିଲା ମେଡିକାଲ ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ 

ବଢିଲା ମେଡିକାଲ ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ 

ଭୁବନେଶ୍ୱର : ଆୟୁର୍ବେଦିକ ଛାତ୍ରଛାତ୍ରୀଙ୍କ ବଢିଲା ଷ୍ଟାଇପେଣ୍ଡ । ରାଜ୍ୟର ସରକାରୀ ଆୟୁର୍ବେଦିକ୍‌ ଓ ହୋମିଓପାଥିକ୍‌ ମେଡିକାଲ କଲେଜରେ ପଢୁଥିବା ପିଜି ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡରେ ବୃଦ୍ଧି କରାଯାଇଛି । ହାଉସ୍‌ ସର୍ଜନମାନଙ୍କ ଷ୍ଟାଇପେଣ୍ଡ ମଧ୍ୟ ବୃଦ୍ଧି କରାଯାଇଛି । 

   ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ, ପିଜି ପ୍ରଥମ ବର୍ଷର ଛାତ୍ରଛାତ୍ରୀମାନଙ୍କ ଷ୍ଟାଇପେଣ୍ଡରେ ବୃଦ୍ଧି କରାଯାଇଛି । ପୂର୍ବରୁ ସେମାନଙ୍କ ମାସିକ ଷ୍ଟାଇପେଣ୍ଡ ୩୧ ହଜାର ଟଙ୍କା ଥିବାବେଳେ, ବର୍ତ୍ତମାନ ଏହା ୪୮ ହଜାର ଟଙ୍କାକୁ ବୃଦ୍ଧି ପାଇଛି । ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀମାନଙ୍କ ପାଇଁ ଏହା ୩୨ ହଜାରରୁ ୫୨ ହଜାରକୁ ବୃଦ୍ଧି ପାଇଛି । ତୃତୀୟ ବର୍ଷ ଛାତ୍ରଛାତ୍ରୀଙ୍କ ପାଇଁ ଷ୍ଟାଇପେଣ୍ଡ ପରିମାଣ ମାସକୁ ୩୩ ହଜାରରୁ ୫୫ ହଜାରକୁ ବୃଦ୍ଧି ପାଇଛି । ସେହିପରି ସରକାରୀ ଆୟୁର୍ବେଦିକ ଓ ହୋମିଓପାଥିକ ମେଡିକାଲ କଲେଜର ହାଉସ୍‌ ସର୍ଜନମାନଙ୍କ ଷ୍ଟାଇପେଣ୍ଡ ୧୭ ହଜାରରୁ ୩୦ ହଜାରକୁ ବୃଦ୍ଧି କରାଯାଇଛି । ଯାହାଦ୍ୱାରା ଛାତ୍ରଛାତ୍ରୀମାନେ ଶିକ୍ଷା ଓ ରୋଗୀ ସେବାରେ ଅଧିକ ମନୋନିବେଶ କରି ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଯୋଗାଇଦେବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।