ବଢୁଛି ଆତଙ୍କରାଜ : ନବୀନ

ବଢୁଛି ଆତଙ୍କରାଜ : ନବୀନ

ରାଜଧାନୀରେ ଦୁଇ ଦୁଇଟି ହତ୍ୟାକାଣ୍ଡ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ବିଜେଡ଼ି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସାମାଜିକ ଗଣମାଧ୍ୟମରେ ନବୀନ ଉଲ୍ଲେଖ କରିଛନ୍ତିଯେ, ଅଶାନ୍ତ ରାଜ୍ୟ ରାଜଧାନୀ, ଖୁଲମଖୋଲା ବଢ଼ୁଛି ଆତଙ୍କରାଜ । କିଏ ଦେବ ଲୋକଙ୍କୁ ସୁରକ୍ଷା ? ଗୋଟିଏ ଦିନରେ ଭୁବନେଶ୍ୱରରେ ଏମ୍ସ କର୍ମଚାରୀଙ୍କୁ ଗୁଳି କରି ନିର୍ମମ ଭାବେ ହତ୍ୟା କରାଯାଇଛି । ଯୁବତୀଙ୍କୁ ବଳାତ୍କାର ଉଦ୍ୟମ ହୋଇଛି । ଚନ୍ଦ୍ରଶେଖରପୁରରେ ବୀଭତ୍ସ ହତ୍ୟାକାଣ୍ଡ ସହ ରେଳ ଷ୍ଟେସନରେ ରାଷ୍ଟ୍ରପତି ସମ୍ମାନପ୍ରାପ୍ତ ଶିକ୍ଷକଙ୍କୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ କରିବା ସମସ୍ତଙ୍କ ଭିତରେ ଆତଙ୍କ ଖେଳାଇ ଦେଇଛି । କେବଳ ଘଟଣା ଘଟିବା ପରେ ବିଜେପି ସରକାରରେ ପୋଲିସ ପ୍ରଶାସନ କ୍ରିୟାଶୀଳ ହେବା ଅପରାଧୀଙ୍କୁ ଭୟଶୂନ୍ୟ କରିଦେଉଛି । କଥା କଥାକେ ଦିବାଲୋକରେ ଗୁଳି ଫୁଟୁଛି, ଅପରାଧୀ ଅବାଧ ଭାବେ ବୁଲୁଛନ୍ତି । ରାଜ୍ୟର ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡୁ ଥିବାବେଳେ ବିଜେପି ସରକାର ସଜାଗ ନ ହେବା ସବୁଠୁ ଆଶ୍ଚର୍ଯ୍ୟର ବିଷୟ । ଲୋକଙ୍କ ସୁରକ୍ଷାକୁ ଅଗ୍ରାଧିକାର ଦେଇ, ଏକ ଭୟମୁକ୍ତ ପରିବେଶ ସୁନିଶ୍ଚିତ କରିବା ପାଇଁ ସରକାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ ବୋଲି ନବୀନ ଦାବି କରିଛନ୍ତି ।