ବନ୍ୟାଞ୍ଚଳ ପରିଦର୍ଶନ କଲେ ଜିଲ୍ଲାପାଳ


ାା ପ୍ରଭାନୁ୍ୟଜ୍ ।ା ପଟ୍ଟାମୁଣ୍ଡାଇ :  ପଟ୍ଟାମୁଣ୍ଡାଇରେ ବନ୍ୟା ପରିସ୍ଥିତିରେ ସାମାନ୍ୟ ସୁଧାର ଆସିଛି । ତେବେ ତୁହାକୁ ତୁହା ବର୍ଷା ବନ୍ୟା ବିପନ୍ନଙ୍କ ଦୁର୍ଦ୍ଦଶା ବୃଦ୍ଧି କରିଛି । ଆଜି ସକାଳ ଠାରୁ ଲଗାଣବର୍ଷା ଲାଗି ରହିଛି ଓବ୍ରାହ୍ମଣୀ ନଦୀରେ ଦେଖା ଦେଇଥିବା ୨ୟ ବନ୍ୟାରେ ପଟ୍ଟାମୁଣ୍ଡାଇ ବ୍ଲକର ସିଂହ ଗାଁ, ଶ୍ରୀରାମପୁର, ଡାମରପୁର, ବଳଭଦ୍ରପୁର ଓ ବାଛରା ପଂଚାୟତର ଅନେକ ଗାଁ ବାହ୍ୟଜଗତରୁ ବିଛିନ୍ନ ହୋଇରହିଛି । ଆଜି କେନ୍ଦ୍ରାପଡ଼ା ଜିଲ୍ଲାର ନବ ନିଯୁକ୍ତ ଜିଲ୍ଲାପାଳ ରଘୁରାମ ଆର ଆୟାର ପଟ୍ଟାମୁଣ୍ଡାଇ ବ୍ଲକର ବନ୍ୟା ବିପନ୍ନ ଶ୍ରୀରାମପୁର, ଡାମରପୁର ଓ ବଳଭଦ୍ରପୁର ପଂଚାୟତକୁ ବୋଟ ଯୋଗେ ଯାଇ ଗ୍ରାଉଣ୍ଡ ଜିରୋରୁ ବନ୍ୟା ସ୍ଥିତି ଅନୁଧ୍ୟାନ କରିବା ସହିତ ବିପନ୍ନ ଲୋକମାନଙ୍କ ସହିତ ଅଭାବ ଅସୁବିଧା ସମ୍ପର୍କରେ ଆଲୋଚନା କରିଥିଲେ । ବନ୍ୟା ବିପନ୍ନ ଶ୍ରୀରାମପୁର, ଡାମରପୁର ଓ ବଳଭଦ୍ରପୁର ଲୋକମାନଙ୍କ ଯାତାୟାତ ପାଇଁ ବ୍ଲକ ପ୍ରଶାସନ ପକ୍ଷରୁ ଗୋଟିଏ ଏସଆରସି ବୋଟ ଯୋଗାଇ ଦିଆଯାଇଥିବା ବେଳେ ଆଉ ଏକ ବୋଟ ଯୋଗାଇ ଦେବାକୁ ଜିଲ୍ଲାପାଳ ତହସିଲଦାରଙ୍କୁ ନିଦେ୍ର୍ଦଶ ଦେବା ସହିତ ବନ୍ୟା ଞ୍ଚଳର ଗୃହପାଳିତ ପଶୁମାନଙ୍କ ପାଇଁ ଗୋଖାଦ୍ୟ ଯୋଗାଇ ଦେବାକୁ ପ୍ରଶାସନକୁ ନିଦେ୍ର୍ଦଶ ଦେଇଥିଲେ । ଜିଲ୍ଲାପାଳଙ୍କ ସହିତ ପଟ୍ଟାମୁଣ୍ଡାଇ ବିଡ଼ିଓ ଅଶୋକ ମହାନ୍ତି, ଗ୍ରାମ୍ୟଜଳଯୋଗାଣ ବିଭାଗ ସହକାରୀ ଯନ୍ତ୍ରୀ ଇଂ ବିଶ୍ୱଜିତ ମିଶ୍ର, ବଳଭଦ୍ରପୁର ସରପଞ୍ଚ ପ୍ରିୟବ୍ରତ ଓଝାଙ୍କ ସମେତ ବହୁ ପ୍ରଶାସନିକ ଅଧିକାରୀ ଓ ଲୋକପ୍ରତିନିଧି ବନ୍ୟା ଞ୍ଚଳ ପରିଦର୍ଶନ କରିଥିଲେ ।