ବରିଷ୍ଠ ନାଗରିକଙ୍କ ପାଇଁ  ସ୍ୱାସ୍ଥ୍ୟ ଶିବିର

ବଲାଙ୍ଗିର: ରାଜେନ୍ଦ୍ର ଯୁବକ ସଂଘ ଦ୍ୱାରା ପରିଚାଳିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର କନ୍ଧପାଲି ପକ୍ଷରୁ ବରିଷ୍ଠ ନାଗରିକମାନଙ୍କ ପାଇଁ ଏକ  ସ୍ୱାସ୍ଥ୍ୟ ସେବା ଶିବିର ଲର୍କିପାଲି ଆମପଡ଼ା ଛତ୍ରପତି ଶିବାଜି କ୍ଲବ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ମାଗଣା ଔଷଧ ଓ ମାଗଣା ରକ୍ତ ପରୀକ୍ଷା କରାଯିବା ସହ ଡାକ୍ତର ପରାମର୍ଶ ସେବା ଯୋଗାଇ ଦିଆଯାଇଥିଲା । ଏହି ସ୍ୱାସ୍ଥ୍ୟ ଶିବିରରେ ଡାକ୍ତର ନନ୍ଦ କିଶୋର ପାଢ଼ୀ, ଭୀମଭୋଇ ମେଡିକାଲ କଲେଜର ଡାକ୍ତର ସରୋଜ ଚନ୍ଦ୍ର ବେହେରା,  ଡାକ୍ତର ନ୍ୟେମିଶ୍ କୁମାର ସା ଏବଂ ରାଜେନ୍ଦ୍ର ଯୁବକ ସଂଘର ପରିଚାଳକ ରାଜେନ୍ଦ୍ର ପାଣିଗ୍ରାହୀ ଓ ଅନୁଶ୍ରୀ ମୁଖାର୍ଜୀ ପ୍ରମୁଖ ଯୋଗ ଦେଇଥିଲେ । ଏହି ସ୍ୱାସ୍ଥ୍ୟ ଶିବିରଟିକୁ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ କାର୍ଯ୍ୟାଳୟ ପକ୍ଷରୁ ଡିପିଏଚ୍ଓ ଦିବ୍ୟ କିଶୋର ପତି ଓ ଏପିଏମ୍ ରାମାନୁଜ ପଣ୍ଡା ତଦାରଖ କରିଥିଲେ । ଏହି ସ୍ୱାସ୍ଥ୍ୟ ଶିବିରରେ ୯୦ରୁ ଊଦ୍ଧ୍ୱର୍ ବରିଷ୍ଠ ରୋଗୀ ମାଗଣା ସେବା ଲାଭ କରିଥିଲେ ।