ବରିଷ୍ଠ ସାମ୍ବାଦିକ ରତିକାନ୍ତଙ୍କ ବିୟୋଗରେ ଶୋକ
ମୁଖ୍ୟମନ୍ତ୍ରୀଙ୍କ ଶୋକ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜର ଶୋକବାର୍ତ୍ତାରେ କହିଛନ୍ତି, ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ଦେହାନ୍ତ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ରତି ଭାଇ ଭାବରେ ରାଜ୍ୟର ସାମାଜିକ ଓ ରାଜନୈତିକ କ୍ଷେତ୍ରରେ ସେ ବେଶ୍ ଜଣାଶୁଣା ଥିଲେ । ତାଙ୍କର ଦୀର୍ଘ ସାମ୍ବାଦିକତା ଜୀବନରେ ସଚ୍ଚୋଟତା, ନିରପେକ୍ଷତା ଓ କର୍ତ୍ତବ୍ୟନିଷ୍ଠା ପାଇଁ ସ୍ମରଣୀୟ ରହିବେ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜ୍ଞାପନ କରୁଛି ।
ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ
ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ରତି ଭାଇଙ୍କ ସହ ସ୍ମୃତି ଓ ଅନୁଭୂତି ବହୁତ ଅଛି । ଛାତ୍ର ଆନେ୍ଦାଳନ ସମୟରୁ ତାଙ୍କ ସହିତ ମୁଁ ବ୍ୟକ୍ତିଗତ ଭାବେ ଜଡ଼ିତ । ସେ ଜଣେ ସରଳ ଓ ନିରାଡ଼ମ୍ବର ଜୀବନ ବିତାଉଥିବା ବ୍ୟକ୍ତି ଥିଲେ ତଥା ସାମାଜିକ ଓ ରାଜନୈତିକ କ୍ଷେତ୍ରର ସବୁ ବର୍ଗର ଲୋକଙ୍କ ସହିତ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କରେ ଥିଲେ । ସାମ୍ବାଦିକତା ଜଗତରେ ତାଙ୍କୁ ଜଣେ ନିଆରା ବ୍ୟକ୍ତିତ୍ୱ କହିଲେ ଭୁଲ ହେବ ନାହିଁ । ତାଙ୍କ ଅମର ଅତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି । ଏହି ଦୁଃଖଦ ସମୟରେ ମହାପ୍ରଭୁ ଶ୍ରୀଜଗନ୍ନାଥ ପରିବାର ବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ଶକ୍ତି ପ୍ରଦାନ କରନ୍ତୁ ।
ନବୀନ ପଟ୍ଟନାୟକଙ୍କ ଶୋକ
ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏହି ଶୋକ ବାର୍ତ୍ତାରେ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ସ୍ୱର୍ଗତଃ ମହାନ୍ତି ତାଙ୍କର ବୃତ୍ତିପ୍ରତି ସମ୍ପୂର୍ଣ୍ଣ ଭାବରେ ଉସôର୍ଗୀତକୃତ ଥିଲେ । ସାମ୍ବାଦିକତା କ୍ଷେତ୍ରରେ ତାଙ୍କର ଦକ୍ଷତା ଓ ନିଷ୍ଠା ଅତୁଳନୀୟ ଥିଲା । ତାଙ୍କର ବିୟୋଗରେ ଆମେ ଜଣେ ଆଦର୍ଶ ସାମ୍ବାଦିକ ଓ ଭଲ ମଣିଷଙ୍କୁ ହରାଇଲୁ । ବିରୋଧୀ ଦଳ ନେତା ଶ୍ରୀ ପଟ୍ଟନାୟକ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ପରଲୋଗତ ଆତ୍ମାର ସଦ୍ଗତି କାମନା କରିଛନ୍ତି ।
ବୈଜୟନ୍ତ ପଣ୍ଡାଙ୍କ ଶୋକ
ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଏବଂ ମର୍ମାହତ । ସାମ୍ବାଦିକତା କ୍ଷେତ୍ରରେ ତାଙ୍କର ଅତୁଳନୀୟ ଅବଦାନ ପାଇଁ ସେ ଚିର ସ୍ମରଣୀୟ ହୋଇ ରହିବେ । ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୋର ଗଭୀର ସମବେଦନା ଜଣାଉଛି ।
ପ୍ରଭାତୀ ପରିଡ଼ାଙ୍କ ଶୋକ
ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ଦେହାନ୍ତ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଜଣେ ସରଳ, ସଚ୍ଚୋଟ ଏବଂ କର୍ତ୍ତବ୍ୟନିଷ୍ଠ ସାମ୍ବାଦିକ ଭାବେ ସାମ୍ବାଦିକତା କ୍ଷେତ୍ରକୁ ତାଙ୍କର ଅବଦାନ ଚିର ସ୍ମରଣୀୟ ହୋଇ ରହିବ । ଅମର ଆତ୍ମାର ସଦଗତି କାମନା କରିବା ସହିତ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି ।
କେଭି ସିଂହଦେଓଙ୍କ ଶୋକ
ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ । ଜଣେ ସଚ୍ଚୋଟ ଏବଂ କର୍ତ୍ତବ୍ୟନିଷ୍ଠ ସାମ୍ବାଦିକ ଭାବେ ସାମ୍ବାଦିକତା କ୍ଷେତ୍ରକୁ ତାଙ୍କର ଅବଦାନ ଚିର ସ୍ମରଣୀୟ ହୋଇ ରହିବ । ପ୍ରଭୁ ଜଗନ୍ନାଥଙ୍କ ନିକଟରେ ତାଙ୍କର ଅମର ଆତ୍ମାର ସଦଗତି କାମନା କରୁଛି । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ଗଭୀର ସମବେଦନା ଜଣାଉଛି ।
ରାଜ୍ୟ ବିଜେପିର ଶୋକ
ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ବିୟୋଗରେ ରାଜ୍ୟ ସଭାପତି ମନମୋହନ ସାମଲ ଗଭୀର ଶୋକବ୍ୟକ୍ତ କରି ସାମ୍ବାଦିକତା କ୍ଷେତ୍ରରେ ତାଙ୍କ ଅବଦାନ ଚିରସ୍ମରଣୀୟ ହୋଇ ରହିବ ବୋଲି କହିଛନ୍ତି । ରାଜ୍ୟ ସଭାପତି ଶ୍ରୀ ସାମଲ ଆଜି ସ୍ୱର୍ଗତଃ ମହାନ୍ତିଙ୍କ ବାସଭବନକୁ ଯାଇ ପାର୍ଥୀବ ଶରୀର ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ଏହି ଅବସରରେ ଏକାମ୍ର ବିଧାୟକ ବାବୁ ସିଂ, ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର, ରାଜ୍ୟ ସାଧାରଣ ସଂପାଦକ ଡ. ଯତୀନ ମହାନ୍ତି, ରାଜ୍ୟ ମୁଖପାତ୍ର ସୁଦୀପ୍ତ ରାୟ, ଅନିଲ ବିଶ୍ୱାଳ, ବରିଷ୍ଠ ନେତା ସୁରଥ ବିଶ୍ୱାଳ, ରାଜ୍ୟ ଗଣମାଧ୍ୟମ ସଂଯୋଜକ ସୁଜିତ କୁମାର ଦାସ, ସାମାଜିକ ଗଣମାଧ୍ୟମ ରାଜ୍ୟ ସଂଯୋଜକ ଉମାକାନ୍ତ ପଟ୍ଟନାୟକଙ୍କ ସମେତ ପ୍ରମୁଖ ପାର୍ଥୀବ ଶରୀରର ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ସ୍ୱର୍ଗତ ମହାନ୍ତିଙ୍କ ଦିବଂଗତ ଆତ୍ମାର ସଦ୍ଗତି କାମନା କରିବା ସହ ଏଭଳି ଦୁଖଦଃ ସମୟରେ ଶୋକସନ୍ତପ୍ତ ପରିବାରବର୍ଗ ଏବଂ ବନ୍ଧୁଜନଙ୍କୁ ଅସୀମ ଧର୍ଯ୍ୟ ପ୍ରଦାନ କରିବା ପାଇଁ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ରାଜ୍ୟ ସଭାପତି ଶ୍ରୀ ସାମଲ ପ୍ରାର୍ଥନା କରିଛନ୍ତି ।
ପିସିସି ସଭାପତିଙ୍କ ଶୋକ
ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ବିୟୋଗରେ ପିସିସି ସଭାପତି ଭକ୍ତ ଚରଣ ଦାସ ଗଭୀର ଶୋକବ୍ୟକ୍ତ କରିଛନ୍ତି । ଶ୍ରୀଯୁକ୍ତ ଦାସ ଶୋକବାର୍ତ୍ତାରେ ପ୍ରକାଶ କରିଛନ୍ତି କି ରତିକାନ୍ତ ବାବୁଙ୍କ ବିୟୋଗ ଗଭୀର ମର୍ମାହତ କରିଛି । ରତିକାନ୍ତ ବାବୁଙ୍କ ସହ ମୋର ଦୀର୍ଘ ଦିନର ସମ୍ପର୍କ ରହିଥିଲା । ସ୍ୱର୍ଗତ ମହାନ୍ତି ବିଭିନ୍ନ ଆଞ୍ଚଳିକ ଓ ଜାତୀୟ ଗଣମାଧ୍ୟମର ପ୍ରତିନିଧ ଭାବେ ଦୀର୍ଘ ୪ ଦଶନ୍ଧି ଧରି ନିଭୀକତା, ସ୍ପଷ୍ଟବାଦୀତା ଓ ନିରପେକ୍ଷତାର ସହ ସାମ୍ବାଦିକତା କରୁଥିଲେ । ରତିକାନ୍ତ ମହାନ୍ତଙ୍କ ବିୟୋଗରେ ବିଶେଷ କରି ସାମ୍ବାଦିକ ଜଗତରେ ଶୋକର ଛାୟା ଖେଳିଯାଇଛି । ସ୍ୱର୍ଗତ ମହାନ୍ତି ଅତି ସରଳ ଓ ନିରାଡମ୍ବର ଜୀବନ ଯାପନ କରୁଥିଲେ । ତାଙ୍କୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ପିସିସି ସଭାପତି ଶ୍ରୀଯୁକ୍ତ ଦାସ । ସେହିଭଳି ପ୍ରଦେଶ କଂଗ୍ରେସ ସଭାପତି ଭକ୍ତଚରଣ ଦାସ, ନିରଞ୍ଜନ ପଟ୍ଟନାୟକ ଓ ପ୍ରସାଦ ହରିଚନ୍ଦନ ପ୍ରମୁଖ ବାହାରେ ଥିବାରୁ ତାଙ୍କ ପରିବାରବର୍ଗଙ୍କ ସହିତ ଯୋଗାଯୋଗ କରି ଗଭୀର ସମବେଦନା ଜଣାଇଛନ୍ତି । ଏହି ଅବସରରେ ପିସିସି ଗଣମାଧ୍ୟମ ସଂଯୋଜକ ଦୀପକ କୁମାର ମହାପାତ୍ର ପ୍ରଦେଶ କଂଗ୍ରେସ ସଭାପତିଙ୍କ ପ୍ରତିନିଧ ଭାବେ ଏବଂ ପିସିସି ପକ୍ଷରୁ ସ୍ୱର୍ଗତ ମହାନ୍ତିଙ୍କ ମରଶରୀରରେ ପୁଷ୍ପମାଲ୍ୟ ଅର୍ପଣ କରି ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ସେହିପରି ବରିଷ୍ଠ ସାମ୍ବାଦିକ ସ୍ୱର୍ଗତ ମହାନ୍ତିଙ୍କ ବିୟୋଗରେ ପୂର୍ବତନ ପିସିସି ସଭାପତି ଜୟଦେବ ଜେନା,ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା, ବିଧାୟକ ତାରା ପ୍ରସାଦ ବାହିନୀପତି, ପୂର୍ବତନ ବିଧାୟକ ସୁରେଶ କୁମାର ରାଉତରାୟ, ବରିଷ୍ଠ କଂଗ୍ରେସ ନେତା ଶିବାନନ୍ଦ ରାୟ, ମନୋରଞ୍ଜନ ଦାଶ, ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର, ମାନସ ଚୌଧୁରୀ, ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ସଭାପତି ବିଶ୍ୱଜିତ ଦାଶ, ରଜନୀ ମହାନ୍ତି, ରଣଜିତ ପାତ୍ର, ୟାସିର ନୱାଜ, ଉଦିତ ପ୍ରଧାନ ପ୍ରମୁଖ ଗଭୀର ଶୋକପ୍ରକାଶ କରି ସାମ୍ବାଦିକ ଜଗତରେ ଏକ ଅପୁରଣୀୟ କ୍ଷତି ବୋଲି ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ।