ବର୍ଣ୍ଣବୋଧ ବଣ୍ଟନ - ବର୍ଣ୍ଣବୋଧ ଉସବ’ ପାଳିତ

 ବାଲେଶ୍ୱର  : ଓଡ଼ିଆ ପକ୍ଷ ପାଳନର ସପ୍ତମ ଦିବସରେ ଓଡ଼ିଆ ଭାଷା ଓ ସଂସ୍କୃତିରେ ସଚେତନତା ଓ ଶିକ୍ଷାକୁ ପ୍ରୋସôାହନ ଦେବା ଉଦେ୍ଦଶ୍ୟରେ ଆଜି ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ‘ବର୍ଣ୍ଣବୋଧ ବଣ୍ଟନ-ବର୍ଣ୍ଣବୋଧ ଉସôବ’ ଉସôାହର ସହିତ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବାଲେଶ୍ୱର ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଓ ଅନ୍ୟାନ୍ୟ ବିଶିଷ୍ଟ ଅତିଥିମାନେ ଉପସ୍ଥିତ ରହି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଅବସ୍ଥାପିତ ବିଦ୍ୟାଳୟଗୁଡ଼ିକରେ ବର୍ଣ୍ଣବୋଧ ବଣ୍ଟନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ  । ଓଡ଼ିଆ ଭାଷାର ଐତିହ୍ୟକୁ ସଂରକ୍ଷଣ କରିବା ସହିତ ଛାତ୍ରଛାତ୍ରୀମାନଙ୍କ ପାଇଁ ଭାଷାଗତ ଶିକ୍ଷଣ ଓ ବିକାଶର ପରିବେଶ ସୃଷ୍ଟି କରିବା ଦିଗରେ ଏହି ଦିବସଟିକୁ ଭକ୍ତକବି ମଧୁସୂଦନ ରାଓଙ୍କ ରଚିତ ‘ବର୍ଣ୍ଣବୋଧ’ ନିମନ୍ତେ ଉସôର୍ଗୀକୃତ କରାଯାଇଛି  । ଏଠାରେ ସୂଚନା ଥାଉକି, ଓଡିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧିନସ୍ଥ ଓଡ଼ିଆ ଭାଷା ପ୍ରତିଷ୍ଠାନ ପକ୍ଷରୁ ପ୍ରଦାନ କରାଯାଇଥିବା ବର୍ଣ୍ଣବୋଧ ପୁସ୍ତକଗୁଡିକ ଜିଲ୍ଲା ପ୍ରଶାସନ, ଜିଲ୍ଲା ସଂସ୍କୃତି ଓ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ବଣ୍ଟନ କରାଯାଇଥିଲା  ।