ବସ ଧକ୍କାରେ ଦୁଇ ଛାତ୍ର ମୃତ 

ବସ ଧକ୍କାରେ ଦୁଇ ଛାତ୍ର ମୃତ 

ରାମନାଗୁଡା : ବସ ଧକ୍କା ଦେବା ଫଳରେ ଦୁଇ ଛାତ୍ରଙ୍କର ମୃତ୍ୟୁ ହୋଇଛି । ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ବସ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣାରେ ଦୁଇ ଛାତ୍ରଙ୍କର ଜୀବନ ଚାଲିଯାଇଛି । ମୃତକ ଦୁଇ ଛାତ୍ର ଗୁଡାରି ସୌରା ସାହିର ଦେବେନ୍ଦ୍ର ଶବର ଏବଂ ଗୁଡାରି ଢେପାଗୁଡା ନିକଟସ୍ଥ ବଡଗୁଡାର ବିଷ୍ଣୁ ଶବର ବୋଲି ଜଣାପଡିଛି ।

   

    ସୂଚନାନୁଯାୟୀ, ଗୁରୁବାର ସକାଳେ ଦୁଇ ଜଣ ଯୁକ୍ତ ଦୁଇ ଛାତ୍ର ଗୁଡାରୀରୁ ବାଡ଼ିସୋଲାକୁ କଲେଜକୁ ପରୀକ୍ଷା ଦେବା ପାଇଁ ଆସୁଥିଲେ । ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ଲାଞ୍ଜିଗଡ଼ରୁ ବ୍ରହ୍ମପୁରକୁ ଯାଉଥିବା ଏକ ଘରୋଇ ବସ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲେ । ଉଭୟଙ୍କୁ ଉଦ୍ଧାର କରି ନିଖଟସ୍ଥ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ସେଠାରେ ଉଭୟଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି । ଖବର ପାଇ ରାମନଗୁଡ଼ା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।