ବାଇକ୍ ଦୁର୍ଘଟଣାରେ ଯୁବକ ଗୁରୁତର
ହିଞ୍ଜିଳିକାଟୁ: ଜାତୀୟ ରାଜପଥ ତଥା ହିଞ୍ଜିଳିକାଟୁ ପୈାରାଞ୍ଚଳ ଆରଏମସି ଛକ ନିକଟରେ ମୋଟର ସାଇକେଲ ଦୁର୍ଘଟଣା ଘଟି ଚାଳକ ଗୁରୁତର ଆହତ ହୋଇଛନ୍ତି । ଆହତ ଜଣଙ୍କ ହେଲେ ବ୍ରହ୍ମପୁର ସଦରଥାନା ଗୁଣ୍ଠବନ୍ଧ ଗ୍ରାମର ଆକାଶ ବେହେରା (୨୪) ବୋଲି ଜଣାପଡିଛି । ସ୍ଥାନୀୟ ଲୋକେ ଆହତଙ୍କୁ ଉଦ୍ଧାର କରି ଚିକିସôା ପାଇଁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିସôାଳୟରେ ଭର୍ତ୍ତି କରିଥିଲେ । ଅବସ୍ଥା ଗୁରୁତର ଥିବାରୁ ପ୍ରାଥମିକ ଚିକିସôା ପରେ ତାଙ୍କୁ ଅଧିକ ଚିକିସôା ପାଇଁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି । ଖବର ପାଇ ହିଞ୍ଜିଳି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ବାଇକକୁ ଜବତ କରି ଘଟଣାର ତଦନ୍ତ ଚଳାଇଛି ।