ବାତ୍ୟା ‘ମୋନ୍ଥା’ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ
ଭୁବନେଶ୍ୱର : ବାତ୍ୟା ‘ମୋନ୍ଥା’ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା । ଅଜି ଲୋକସଭା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ବସିଥିଲା । ବୈଠକରେ ରାଜସ୍ୱ ଓ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିସନର ତଥା ଜଳ ସମ୍ପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଏସଆରସି ଦେଓ ରଞ୍ଜନ କୁମାର ସିଂ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ପୁଲିସ ଡିଜି ଯୋଗେଶ ବାହାଦୂର ଖୁରାନିଆ ଉପସ୍ଥିତ ଥିଲେ । ଅଗ୍ନିଶମ ଡିଜି ସୁଧାଂଶୁ ଷଡଙ୍ଗୀ, କୃଷି, ସ୍ୱାସ୍ଥ୍ୟ, ଶକ୍ତି, ପଞ୍ଚାୟତିରାଜ ସଚିବଙ୍କ ସମେତ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀ ମାନେ ମଧ୍ୟ ଉପସ୍ଥିତ ରହି ବାତ୍ୟା ମୁକାବିଲା ପାଇଁ ଏହି ବୈଠକରେ ଜିରୋ କାଜୁଆଲିଟ ଉପରେ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଗଜପତି, ଗଞ୍ଜାମ, ରାୟଗଡା, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟ ହେବ ବିଶେଷ ପ୍ରଭାବିତ । ବୈଠକରେ ବାତ୍ୟାରେ କିଭଳି ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ କରାଯାଇଛି, ଲୋକଙ୍କୁ ବାତ୍ୟା ଆଶ୍ରୟ ସ୍ଥଳୀରେ ଖାଦ୍ୟ ଯୋଗାଇବା ସହ ସବୁ ବିଭାଗ ଆଲର୍ଟ ଥିବା ନେଇ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଯାଇଛି ।