ବାତ୍ୟାକୁ ନେଇ ପାଣିପାଗ ବିଭାଗ ସୂଚନା : ୨୭ ସକାଳେ ବାତ୍ୟା
ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ । ଏହା ଆହୁରି ଘନୀଭୂତ ହେବା ନେଇ ସ୍ପଷ୍ଟ କରିଛି ଭାରତୀୟ ପାଣିପାଗ ବିଭାଗ । ଆଗାମୀ ୨୪ ଘଣ୍ଟାରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି । ୨୫ରେ ଅବପାତର ରୂପ ନେବା ସହ ୨୬ ବେଳକୁ ଗଭୀର ଅଭପାତର ରୂପ ନେବ । ୨୭ ସକାଳେ ବାତ୍ୟାର ରୂପ ନେଇପାରେ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ଧୀରେ ଧୀରେ ଉତ୍ତର-ପଶ୍ଚିମ ଉତ୍ତର ଦିଗରେ ଗତି କରୁଛି । ଘଣ୍ଟା ପ୍ରତି ୩ କିମି ବେଗରେ ଗତି କରୁଛି । ତେବେ ବାତ୍ୟା କେଉଁଠି ମାଡ ହେବ, ସେନେଇ ଏବେ ଯାଏ କୌଣସି ସୂଚନା ମିଳିନାହିଁ । ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ଅଶଙ୍କା ରହିଛି । ବିଶେଷ କରି ଉପକୂଳ ଓ ଦକ୍ଷିଣରେ ଅଧିକ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।