‘ବିକଶିତ ଗାଁ ବିକଶିତ ଓଡିଶା’ କାର୍ଯ୍ୟକ୍ରମ
ସମ୍ବଲପୁର: ସମ୍ବଲପୁର ଜିଲ୍ଲାର ଧନକଉଡା ବ୍ଲକ ଠାରେ ବିକଶିତ ଗାଁ ବିକଶିତ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟଅତିଥି ଭାବରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଯୋଗ ଦେଇଥିଲେ । ବିଧାୟକ ଜୟ ନାରାୟଣ ମିଶ୍ର, ଆଇଜି ହିମାଂଶୁ ଲାଲ, ସମ୍ବଲପୁର ଜିଲ୍ଲାପାଳ ସିଦେ୍ଧଶ୍ୱର ବଳିରାମ ବୋନ୍ଦର, ସମ୍ବଲପୁର ମହାନଗର ନିଗମର ଆୟୁକ୍ତ ବେଦଭୂଷଣ, ମୁଖ୍ୟ ଜିଲ୍ଲା ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରସନ୍ନ କୁମାର ପାତ୍ର ଉପସ୍ଥିତ ଥିଲେ । ଶେଷରେ ସମ୍ବଲପୁର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ ।