ବିଜେପିର ସଂଗୋଷ୍ଠୀ କାର୍ଯ୍ୟକ୍ରମ
ଜଟଣୀ : ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ଗୁରୁବାର ଭାରତୀୟ ଜନତା ପାର୍ଟି ପକ୍ଷରୁ ଜଟଣୀ ନଗର ପକ୍ଷରୁ ଜିଲ୍ଲା ସ୍ତରୀୟ ବୃତ୍ତିଗତ ସଂଗୋଷ୍ଠୀ କାର୍ଯ୍ୟକ୍ରମ ବିଜୁ ପଟ୍ଟନାୟକ ଇଣ୍ଡୋର ଷ୍ଟାଡିୟମ ପରିସରରେ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସମବାୟ ଓ ହସ୍ତତନ୍ତ ଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ଉଦବୋଧନ ଦେଇ କହିଲେ ଯେ, ଗଣତନ୍ତ୍ରରେ ଜନତା ହେଉଛନ୍ତି ଜନାର୍ଦ୍ଦନ, ଜନତାଙ୍କ ସେବାରେ ହିଁ ଜୀବନର ସାର୍ଥକତା । କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ବିଜେପି ସଭାପତି ବିଶ୍ୱରଞ୍ଜନ ବଡଜେନା, ଅନ୍ୟତମ ଅତିଥି ଭାବେ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ କୁମାର ଜଗଦେ୍ଦବ, ରାଜ୍ୟ ବରିଷ୍ଠ ବିଜେପି ନେତା ସୁଦୀପ୍ତ ରାୟ, ମହିଳା ମୋର୍ଚ୍ଚା ଉପସଭାନେତ୍ରୀ ରଶ୍ମୀମୟୀ ପଟ୍ଟନାୟକ, ଜିଲ୍ଲା ମହିଳା ମୋର୍ଚ୍ଚା ସଭାନେତ୍ରୀ ପ୍ରବିଣା ଭଞ୍ଜଦେଓ, ଉପସଭାନେତ୍ରୀ ରୋଜିନା ରାଣୀ ଦାଶ, ପୂର୍ବତନ ଜିଲ୍ଲା ସଭାପତି ରଶ୍ମିରଞ୍ଜନ ମହାପାତ୍ର, ଅଜୟ ମିଶ୍ର, ନିକୁଞ୍ଜ ପଟ୍ଟନାୟକ ପ୍ରମୁଖ ମଞ୍ଚାସୀନ ଥିଲେ । ଉକ୍ତ କାର୍ଯ୍ୟକ୍ରମରେ ମନୋଜ କୁମାର ନନ୍ଦ ସ୍ୱାଗତ ଭାଷଣ ଦେଇଥିବା ବେଳେ ନଗର ବିଜେପି ସଭାପତି ତିରୁପତି ଶତପଥୀ ଧନ୍ୟବାଦ ଦେଇଥିଲେ ।