ବିଜେପିର ସୋସିଆଲ୍ ମିଡିଆ କର୍ମଶାଳା

 ଢେଙ୍କାନାଳ:  ଢେଙ୍କାନାଳ ସଦର ବିଧାନସଭା ନିର୍ବାଚନ ମଣ୍ଡଳୀସ୍ତରୀୟ ବିଜେପି ସୋସିଆଲ୍ ମିଡିଆ କର୍ମଶାଳା ସ୍ଥାନୀୟ ବିଜେପି ଜିଲ୍ଲା କାର୍ଯ୍ୟାଳୟରେ ଜିଲ୍ଲା ମିଡିଆ ପ୍ରଭାରୀ ନବ କିଶୋର ଗୁରୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଆନୁଷ୍ଠାନିକ ଭାବେ ପ୍ରଦ୍ୱୀପ ପ୍ରଜ୍ୱଳନ କରି କର୍ମଶାଳାକୁ ଉଦ୍ଘାଟନ କରି ଆଜିର ଦିନରେ ସୋସିଆଲ୍ ମିଡିଆର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ । ଦଳୀୟସ୍ତରୀୟ ସମସ୍ତ କାର୍ଯ୍ୟକ୍ରମ, ରାଜ୍ୟ ଓ କେନ୍ଦ୍ର ସରକାରଙ୍କର ସମସ୍ତ ଜନହିତକର ଯୋଜନା ଗୁଡିକୁ ସୋସିଆଲ୍ ମିଡିଆ ମାଧ୍ୟମରେ ପ୍ରଚାର ଓ ପ୍ରସାର କରିବା ସହ ତା'ର ସୁଫଳ ଜନସାଧାରଣଙ୍କ ନିକଟରେ ପହଞ୍ଚାଇବା ପାଇଁ ସମସ୍ତ କାର୍ଯ୍ୟକର୍ତ୍ତାଙ୍କୁ ପରାମର୍ଶ ଦେଇଥିଲେ । ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ, ଢେଙ୍କାନାଳ ନଗରପାଳିକା ଜୟନ୍ତୀ ପାତ୍ର, ପୂର୍ବଚନ ଜିଲ୍ଲା ସଭାପତି ନରେଶ ଚନ୍ଦ୍ର ମହାପାତ୍ର, ରାଜ୍ୟ ସମବାୟ ବ୍ୟାଙ୍କ ପୂର୍ବତନ ସଭାପତି ଅକ୍ଷୟ କୁମାର ମହାନ୍ତି ପ୍ରମୁଖ ସମ୍ମାନିତ ଅତିଥି