ବିଦାୟକାଳୀନ ଓ ସ୍ୱାଗତ ସମ୍ବର୍ଦ୍ଧନା
ଭଦ୍ରକ : ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସଦଭାବନା ଗୃହ ଠାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅତିରିକ୍ତ ଜିଲ୍ଲାପାଳ ଶାନ୍ତୁନୁ ମହାନ୍ତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଓ ନୂତନ ଭାବେ ଯୋଗ ଦାନ କରିଥିବା ଅତିରିକ୍ତ ଜିଲ୍ଲାପାଳ ରବି ନାରାୟଣ ସାହୁଙ୍କୁ ସ୍ୱଗତ ସମ୍ବର୍ଦ୍ଧନା ଦିଆଯାଇଛି । ଜିଲ୍ଲାପାଳ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ବିଦାୟୀ ଅତିରିକ୍ତ ଜିଲ୍ଲାପାଳ ଶାନ୍ତନୁ ମହାନ୍ତିଙ୍କ ସହ କାର୍ଯ୍ୟ କରିବାର ଅନୁଭୂତି ବଖାଣି ଥିଲେ । ସେଇପରି ସମସ୍ତ ଅଧିକାରୀ ମାନେ ମଧ୍ୟ ବିଦାୟୀ ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟ କରିବାର ଅଭିନବ ଶୈଳୀକୁ ପ୍ରଶଂସା କରିଥିଲେ । ନୂତନ ଅତିରିକ୍ତ ଜିଲ୍ଲାପାଳ ମଧ୍ୟ ତାଙ୍କର ଦାୟିତ୍ୱ ସମ୍ପାଦନା କରିବେ ବୋଲି ଆଶା ପ୍ରକାଶ କରିଥିଲେ । କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ସରୋଜ କୁମାର ଦତ୍ତ, ମୁଖ୍ୟ ଉନ୍ନୟନ ଅଧିକାରୀ ସୁଭେନ୍ଦ୍ର ସାମଲ, ଉପ ଜିଲ୍ଲାପାଳ ସୌରଭ ଚକ୍ରବର୍ତ୍ତୀ ପ୍ରମୁଖ ଅଂଶ ଗ୍ରହଣ କରିଥିଲେ ।