ବିଦ୍ୟାଳୟର ବାର୍ଷିକୋତ୍ସବ

  ବୈଶିଙ୍ଗା: ବୈଶିଙ୍ଗା ଥାନା ଅଧୀନ ନଛିପୁରିଆ ସ୍ଥିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ସବିତା ପଣ୍ଡାଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ଶିକ୍ଷକ ବିରଞ୍ଚି ନାରାୟଣ ଦାସ ସଭାପତିତ୍ୱ କରିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ବୈଶିଙ୍ଗା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ମନକେତନ ସ୍ୱାଇଁ, ମୁଖ୍ୟବକ୍ତା ଭାବେ ଅବସରପ୍ରାପ୍ତ ଶିକ୍ଷକ ବିରଞ୍ଚô ନାରାୟଣ ଦାସ, ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ମହେନ୍ଦ୍ର କୁମାର ଭୋଇ ପ୍ରମୁଖ ମଞ୍ଚାସୀନ ଥିଲେ । ସମସ୍ତ ଅତିଥିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ପରେ ପ୍ରଧାନଶିକ୍ଷୟିତ୍ରୀ ଶ୍ରୀମତୀ ପଣ୍ଡା ବାର୍ଷିକ ବିବରଣୀ ପାଠ କରିଥିଲେ ।  ସଭାକାର୍ଯ୍ୟ ପରେ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ପ୍ରସ୍ତୁତ ବିଭିନ୍ନ ନୃତ୍ୟ ଏବଂ ଗୀତ ପ୍ରଦର୍ଶିତ କରାଯାଇଥିଲା । ଏଥିରେ ବିଦ୍ୟାଳୟର ଶିକ୍ଷକ ସନ୍ତୋଷ କୁମାର ପାଣିଗ୍ରାହୀ, ପୁନମ ଅଗ୍ରୱାଲା, ସବିତା ନାୟକ, ମିନାକ୍ଷୀ ଜେନାଙ୍କ ସମେତ ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ ସୁଶାନ୍ତ ନାୟକ, ହରିମୋହନ ଦାଶ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।