ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଦୁଇ ଭାଇ ମୃତ

ଜଳେଶ୍ଵର : ବାଲେଶ୍ଵର ଜିଲ୍ଲା ଜଳେଶ୍ଵର ଥାନା ଅଞ୍ଚଳରେ ଘଟିଛି ଅଭାବନୀୟ ଘଟଣା । ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଦୁଇ ଭାଇ ମୃତ୍ୟୁବରଣ କରିଛନ୍ତି । ସୂଚନା ଅନୁଯାୟୀ, ଦୁଇ ଭାଇ ଚାଷ କାମ ପାଇଁ ବିଲକୁ ଯାଇଥିଲେ । ବିଲରେ ଛିଣ୍ଡି ପଡ଼ିଥିବା ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଦୁଇ ଭାଇଙ୍କର ଘଟଣାସ୍ଥଳରେ ହିିଁ ମୃତ୍ୟୁ ଘଟିଥିଲା। ଖବର ପାଇ ଘଟଣାସ୍ଥଳରେ ପୁଲିସ୍ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି ।