ବିଧାନସଭା ଠାରେ କୃଷ୍ଣଚନ୍ଦ୍ର ଗଜପତିଙ୍କ ଶ୍ରାଦ୍ଧଦିବସ
ଭୁବନେଶ୍ୱର : ବିଧାନସଭା ପରିସରରେ ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଶ୍ରାଦ୍ଧଦିବସ ପାଳିତ ହୋଇଛି । ଏଥିରେ ବାଚସ୍ପତି ସୁରମା ପାଢ଼ୀ, ମୁଖ୍ୟ ସଚେତକ ସରୋଜ ପ୍ରଧାନ, ବିଧାୟକ ରୂପେଶ ପାଣିଗ୍ରାହୀ, ପୂର୍ବତନ ବିଧାୟକ ପି୍ରୟଦର୍ଶୀ ମିଶ୍ର, ଉକôଳ ସମ୍ମିଳନୀର ସଦସ୍ୟବୃନ୍ଦ, ଗଜପତି ବିକାଶ ପରିଷଦର ବରିଷ୍ଠ କର୍ମକର୍ତ୍ତା, ବିଧାନସଭାର ସଚିବ ସତ୍ୟବ୍ରତ ରାଉତଙ୍କ ସମେତ ବହୁ ବୁଦ୍ଧିଜୀବ ପ୍ରମୁଖ ଉପସ୍ଥିତ ରହି କୃଷ୍ଣଚନ୍ଦ୍ର ଗଜପତିଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ପ୍ରଦାନ ପୂର୍ବକ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ଏ ଅବସରରେ ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଦେଶାତ୍ମବୋଧକ ସଂଗୀତ ପରିବେଷଣ କରାଯାଇଥିଲା । ସୂଚନାଯୋଗ୍ୟ ଉକôଳମାତାର ସୁଯୋଗ୍ୟ ସନ୍ତାନ ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ ଥିଲେ ଏକାଧାରରେ ଆଦର୍ଶ ସୁଶାସକ, ପ୍ରଜାବସôଳ ଓ ଦୂରଦ୍ରଷ୍ଟା ରାଜା, ବିଚକ୍ଷଣ ରାଜନୀତିଜ୍ଞ, ଦେଶଭକ୍ତ ଥିଲେ । ଓଡିଆଭାଷୀ ଅଞ୍ଚଳର ଏକତ୍ରୀକରଣ ଓ ସ୍ୱତନ୍ତ୍ର ଓଡିଶା ପ୍ରଦେଶ ଗଠନରେ ତାଙ୍କର ଭୂମିକା ଥିଲା ଅତୁଳନୀୟ ।