ବିଧାନସଭାରେ ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀଙ୍କୁ ଶେଷ ସମ୍ମାନ ପ୍ରଦର୍ଶନ

 ଭୁବନେଶ୍ୱର : କନ୍ଧମାଳ ଜିଲ୍ଲା ବାଲିଗୁଡାର ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀଙ୍କ ମରଶରୀର ଆଜି ବିଧାନସଭା ଅଣାଯାଇଥିବାବେଳେ ପୁଲିସ ବାହିନୀ ପକ୍ଷରୁ ଗାର୍ଡ ଅଫ୍ଅନର ଦିଆଯାଇଥିଲା । ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ପ୍ରଭାତୀ ପରିଡା, ମନ୍ତ୍ରୀ ରବି ନାରାୟଣ ନାଏକ,  ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ର, ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ,  ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର, ବିଧାୟକ ବାବୁ ସିଂ, ପୁଲିସ କମିଶନର  ଏସ. ଦେବ ଦତ୍ତ ସିଂ, ବିଧାନସଭାର ସଚିବ  ସତ୍ୟବ୍ରତ ରାଉତ ପ୍ରମୁଖ ଉପସ୍ଥିତ ରହି ସ୍ୱର୍ଗତ ମାଝୀଙ୍କୁ ପୁଷ୍ପାର୍ଘ୍ୟ ଅର୍ପଣପୂର୍ବକ ଶେଷ ଦର୍ଶନ କରିଥିଲେ ।