ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ : ମୁଖ୍ୟମନ୍ତ୍ରୀଙ୍କୁ ପୁନର୍ବିଚାର ପାଇଁ ପ୍ରସ୍ତାବ
ଭୁବନେଶ୍ୱର : ଆଜି ରାଜ୍ୟ କାର୍ଯ୍ୟାଳୟରେ ବିଜେପିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା । ଏହି ବୈଠକରେ ବଡ ନିଷ୍ପତ୍ତି ହୋଇଛି । ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ପୁନର୍ବିଚାର ପାଇଁ ପ୍ରସ୍ତାବ ଦିଆଯାଇଛି । ଏନେଇ ସମସ୍ତ ବିଧାୟକ ମୁଖ୍ୟମନ୍ତ୍ରୀଙ୍କୁ ଲିଖିତ ଭାବେ ପ୍ରସ୍ତାବ ଦେଇଛନ୍ତି । ଲୋକମତକୁ ସମ୍ମାନ ଜଣାଇ ପୁନର୍ବିଚାର ପାଇଁ ପ୍ରସ୍ତାବ ଦେଇଛନ୍ତି । ଦଳର ସାଙ୍ଗଠନିକ ସ୍ଥିତି ଏବଂ ରଣନୀତି ନେଇ ବୈଠକରେ ଆଲୋଚନା ହୋଇଛି । ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ସଭାପତି ମନମୋହନ ସାମଲ, ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ଏବଂ କେ.ଭି ସିଂହଦେଓଙ୍କ ସହ ମନ୍ତ୍ରୀ ପରିଷଦର ଅନ୍ୟ ସଦସ୍ୟ ଓ ବିଧାୟକମାନେ ଉପସ୍ଥିତ ଥିଲେ ।