ବିପର୍ଯ୍ୟୟ ପ୍ରଶମନ ନେଇ ଟେବୁଲ ଟପ୍ ଏକ୍ସରସାଇଜ୍
ବାଲେଶ୍ୱର : ବାଲେଶ୍ୱର ଜିଲ୍ଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ, ଓଡିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ, ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ମହାତ୍ମା ଗାନ୍ଧୀ ସମ୍ମିଳନୀ କକ୍ଷ ଠାରେ ଏକ ଟେବୁଲ ଟପ୍ ମକ୍ ଏକ୍ସରସାଇଜ ଆୟୋଜିତ ହୋଇଯାଇଛି । ଶିଳ୍ପ ସମ୍ବନ୍ଧୀୟ ରାସାୟନିକ ବିପର୍ଯ୍ୟୟଗୁଡ଼ିକୁ ମୁକାବିଲା କରିବା ପାଇଁ ଆସନ୍ତା ୨୮ ତାରିଖରେ ବାଲେଶ୍ୱର ଜିଲ୍ଲାର ଇଣ୍ଡିଆନ ବଟଲିଂ ପ୍ଲାଣ୍ଟ ଠାରେ ମକ୍ ଏକ୍ସରସାଇଜ କରିବା ପାଇଁ ଆଜିର କାର୍ଯ୍ୟକ୍ରମରେ ଆଲୋଚନା କରାଯାଇ ଏହି ପଦକ୍ଷେପକୁ ସୁଚାରୁ ରୂପେ କରି ଶିକ୍ଷଣୀୟ କରିବା ପାଇଁ ନିଷ୍ପତ୍ତି ନିଆଗଲା । ଆଜିର କାର୍ଯ୍ୟକ୍ରମରେ ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ସୁଧାକର ନାୟକ, ଉପଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜେସିର୍କେ, ଆଇଏଏସ ପ୍ରୋବେସନର ଦୁଧାଲ ଅଭିଷେକ ଦିଲ୍ଲୀପ, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ସାଇକୃଷ୍ଣ ଜେନାଙ୍କ ସମେତ ଜିଲ୍ଲାର ବିଭିନ୍ନ ବରିଷ୍ଠ ଅଧିକାରୀ ଯୋଗ ଦେଇ ଏହି କାର୍ଯ୍ୟକ୍ରମର ସଫଳ ରୂପାୟନରେ ସହାୟତା କରିଥିଲେ ।