ବିଶ୍ୱ ଏନଜିଓ ଉପରେ ଇଡ଼ି ରେଡ୍ : ୨୩୧ କୋଟିର ଠକେଇ ଅଭିଯୋଗ
ଭୁବନେଶ୍ୱର : ବରିଷ୍ଠ ବିଜେଡ଼ି ନେତ୍ରୀ ପ୍ରମିଳା ମଲ୍ଲିକଙ୍କ ଦିବଂଗତ ଭାଇ କ୍ଷୀରୋଦଙ୍କ ଦ୍ୱାରା ପ୍ରତିଷ୍ଠିତ ‘ବିଶ୍ୱ’ ଏନଜିଓ ଉପରେ ପ୍ରବର୍ତ୍ତନ ନିଦେ୍ର୍ଦଶାଳୟ ପକ୍ଷରୁ ଚଢାଉ କରାଯାଇଛି । ସମ୍ବଲପୁରର ୩ଟି ଏବଂ ଦିଲ୍ଲୀର ଗୋଟିଏ ସ୍ଥାନରେ ରେଡ୍ କରାଯାଇଥିବା ଜାଣିବାକୁ ମିଳିଛି । ୨୩୧ କୋଟି ଟଙ୍କାର ଠକେଇ ଅଭିଯୋଗରେ ଇଡି ପକ୍ଷରୁ ଚଢ଼ାଉ ହୋଇଥିବା ନେଇ ସୂଚନା ମିଳିଛି । ପୂର୍ବତନ ମନ୍ତ୍ରୀ ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଭାଇ ସ୍ୱର୍ଗତ କ୍ଷୀରୋଦ ମଲ୍ଲିକଙ୍କ ବିଶ୍ୱ ଏନଜିଓର ଫାଉଣ୍ଡର ଥିଲେ । ତାଙ୍କ ଘରେ ମଧ୍ୟ ଇଡି ପକ୍ଷରୁ ଚଢ଼ଉ କରଯାଇଥିବା ସୂଚନା ରହିଛି । ସମ୍ବଲପୁରରେ ଥିବା ବିଶ୍ୱ ଏନଜିଓର ମୁଖ୍ୟ କାର୍ଯ୍ୟାଳୟ ସମେତ ୩ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି । ଦିଲ୍ଲୀରେ ମଧ୍ୟ ଇଡି ପକ୍ଷରୁ ଚଢ଼ାଉ ଚାଲିଥିବା ଜଣାଯାଇଛି ।
ସ୍ୱର୍ଗତ୍ କ୍ଷୀରୋଦ ମଲ୍ଲିକ ଏକାଧିକ ରାଷ୍ଟ୍ରାୟତ ଓ ଘରୋଇ ବ୍ୟାଙ୍କରୁ ଲୋନ ନେଇଥିଲେ । ହେଲେ ପରିଶୋଧ କରିନଥିଲେ । ପୂର୍ବରୁ ମଧ୍ୟ ବିଶ୍ୱ ଏନଜିଓରେ କ୍ରାଇମବ୍ରାଞ୍ଚ ଓ ଇଡି ପକ୍ଷରୁ ଚଢ଼ାଉ କରାଯାଇଥିଲା । ଚଢ଼ଉ ବେଳେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜ ପତ୍ର ଜବତ କରାଯାଇଥିଲା ।