ବିଶ୍ୱ ତମାଖୁ ସଚେତନତା ନେଇ ବୈଠକ
ନୂଆପଡା : ବିଶ୍ୱ ତମାଖୁ ନିଷେଧ ଦିବସ ଅବସରରେ ଓଡିଶାରେ ନିଶାଦ୍ରବ୍ୟ ତଥା ଅପମିଶ୍ରିତ ଓ ବିଷାକ୍ତ ମାଦକଦ୍ରବ୍ୟ ବିରୋଧରେ ଏକ ଗୁରୁତ୍ୱପୂର୍ଣ୍ଣ ଗଣସଚେତନତା ଅଭିଯାନ ଆରମ୍ଭ ହୋଇଛି । ଏହି ଅଭିଯାନର ଶୁଭାରମ୍ଭ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ୱାରା ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ସେ କହିଲେ ଯେ ଆମ ସଂକଳ୍ପ "ନିଶା ନୁହେଁ, ଜୀବନ’ ଏହି ବାର୍ତ୍ତାକୁ ଘରେ ଘରେ ପହଞ୍ଚାଇ ଜନସାଧାରଣଙ୍କୁ ସଚେତନ କରିବା ଏହି ଅଭିଯାନର ମୁଖ୍ୟ ଉଦେ୍ଦଶ୍ୟ । ଏହି ଅଭିଯାନ ଓଡିଶାରେ ମାଦକ ବିହୀନ ସମାଜ ଗଠନ ପାଇଁ ଅଭିପ୍ରେତ । ଏହା ଜନସାଧାରଣଙ୍କ ସ୍ୱାସ୍ଥ୍ୟ ସଚେତନତାକୁ ବଢ଼ାଇବା ସହ ଏକ ସୁସ୍ଥ, ନିରୋଗ, କର୍ମଠ ଓ ବିକଶିତ ଓଡିଶା ଗଠନ ଦିଗରେ ଏକ ବଳିଷ୍ଠ ପଦକ୍ଷେପ ହେବ । ଜିଲ୍ଳାସ୍ତରରେ ସ୍ଥାନୀୟ ଓସ୍ ୱାନ୍ ସଭାଗୃହରେ ଅବକାରୀ ବିଭାଗ ଦ୍ୱାରା ଆୟୋଜିତ ଏହି ଆଭାସୀ ବୈଠକରେ ଜିଲ୍ଲାପାଳ ମଧୁସୂଦନ ଦାଶ, ଅତିରିକ୍ତ ଜିଲ୍ଲାପାଳ ଭୀମସେନ ଶବର, ସୁବାଷ ଚନ୍ଦ୍ର ରଇତ, ଜିଲ୍ଳା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଧର ଧରୁଆ, ଉପ ଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ରଣଜିତ୍ ନାୟକ , ଅବକାରୀ ଅଧିକ୍ଷକ ସଂଘମିତ୍ରା ପ୍ରଧାନ, ଅବକାରୀ ବିଭାଗର ଅନ୍ୟାନ୍ୟ ଅଧିକାରୀମାନଙ୍କ ସହ ସ୍ୱାସ୍ଥ୍ୟ, ଶିକ୍ଷା, ସମାଜ ମଙ୍ଗଳ, ସାମାଜିକ ସୁରକ୍ଷା, ସୂଚନା ଓ ଲୋକସମ୍ପର୍କ, କ୍ରୀଡା, ସଂସ୍କୃତି ବିଭାଗ, ଡିଇଜିଏମ୍ ଏବଂ ଅନ୍ୟାନ୍ୟ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ । ନିଶାଦ୍ରବ୍ୟ ତଥା ଅପମିଶ୍ରିତ ଓ ବିଷାକ୍ତ ମାଦକଦ୍ରବ୍ୟ ବିରୋଧରେ ଏହି ଗୁରୁତ୍ୱପୂର୍ଣ୍ଣ ସଚେତନତା ବାର୍ତ୍ତାକୁ ପ୍ରତି ଘରେ ପ୍ରତିଟି ବ୍ୟକ୍ତି ପାଖରେ ପହଞ୍ଚାଇବା ପାଇଁ ଜିଲ୍ଲପାଳ ଉପସ୍ଥିତ ସମସ୍ତ ଅଧିକାରୀମାନଙ୍କୁ ଆହ୍ୱାନ ଦେଇଛନ୍ତି ।