ବିଶ୍ୱ ଦକ୍ଷତା କେନ୍ଦ୍ରରେ ନାମ ଲେଖାଇବାକୁ ଆହ୍ୱାନ 

 ଭୁବନେଶ୍ୱର : ଦେଶ ବିଦେଶରେ ବିଭିନ୍ନ ଶିଳ୍ପ ସଂସ୍ଥା ଓ ସେବା କ୍ଷେତ୍ର ଲାଗି ଦକ୍ଷ ଯୁବପିଢ଼ିଙ୍କର ଆବଶ୍ୟକତା ରହିଛି । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରଠାରେ ରାଜ୍ୟ ସରକାରଙ୍କ ଦ୍ୱାରା ସ୍ଥାପିତ ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ଦକ୍ଷତା ବିକାଶ ତାଲିମ ପାଠ୍ୟକ୍ରମ ଦିଆଯାଉଛି । ଫଳରେ ଓଡିଶାର ଯୁବପିଢ଼ି ଏଠାରେ ତାଲିମ ନେଇ ଆଜି ଦେଶ ବିଦେଶର ପ୍ରମୁଖ କମ୍ପାନିରେ ନିଯୁକ୍ତି ସୁଯୋଗ ପାଉଛନ୍ତି । ବିଶ୍ୱ ଦକ୍ଷତା କେନ୍ଦ୍ରର ୨୦୨୫-୨୬ ବ୍ୟାଚ୍ରେ ନାମଲେଖା ଲାଗି ଅନଲାଇନ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି । ‘ସ୍କୁଲ ଅଫ୍ ଇଞ୍ଜିନିୟରିଂ’ ଓ ‘ସ୍କୁଲ ଅଫ୍ ସର୍ଭିସେସ୍’ ବିଭାଗ ଅଧୀନରେ ଥିବା ମୋଟ ୭ଟି ଅତ୍ୟାଧୁନିକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆଗ୍ରହୀ ପ୍ରାର୍ଥୀମାନେ ମେ’ ୩ ତାରିଖ ସୁଦ୍ଧା ଆବେଦନ କରିପାରିବେ । ‘ସ୍କୁଲ ଅଫ୍ ଇଞ୍ଜିନିୟରିଂ’ ବିଭାଗ ଅଧୀନରେ ମେକାନିକାଲ ଆଣ୍ଡ ଇଲେକ୍ଟ୍ରିକାଲ ସର୍ଭିସେସ୍, ମେକାଟ୍ରୋନିକ୍ସ, ଇଲେକ୍ଟ୍ରିକାଲ ଟେକ୍ନୋଲୋଜି, ଏୟାର କଣ୍ଡିସନିଂ ଆଣ୍ଡ ରେଫ୍ରିଜରେସନ, ଭର୍ଟିକାଲ ଟ୍ରାନ୍ସପୋର୍ଟେସନ ଏବଂ ପ୍ରିସିସନ ଇଞ୍ଜିନିୟରିଂ ଆଦି ବିଷୟ ରହିଛି । ଏଥିରେ ନାମଲେଖା ପାଇଁ ବିଶ୍ୱ ଦକ୍ଷତା କେନ୍ଦ୍ର ପକ୍ଷରୁ ଆବେଦନ ଆହ୍ୱାନ କରାଯାଉଛି ।