ବୌଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଶାସନିକ କାର୍ଯ୍ୟ ସମୀକ୍ଷା : କାର୍ଯ୍ୟର ଗୁଣବତ୍ତା ସହ ସାଲିସ କରାଯିବନି
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବୌଦ୍ଧ ଜିଲ୍ଲା ଗସ୍ତ କରି ଜିଲ୍ଲା ପ୍ରଶାସନର ସମସ୍ତ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହ ଠାରେ ଜିଲ୍ଲାର ପ୍ରଶାସନର କାର୍ଯ୍ୟ ବିଷୟରେ ସମୀକ୍ଷା ବୈଠକ କରି ପ୍ରଶାସନିକ କାର୍ଯ୍ୟରେ ସନ୍ତୋଷବ୍ୟକ୍ତ କରିଛନ୍ତି । ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ସମସ୍ତ ବିଭାଗୀୟ କାର୍ଯ୍ୟ ଗୁଡିକ ସମ୍ବନ୍ଧରେ ଜିଲ୍ଲାପାଳ ଓ ସମ୍ପୃକ୍ତ ଅଧିକାରୀଙ୍କ ଠାରୁ ତଥ୍ୟ ନେବା ସହିତ କାର୍ଯ୍ୟର ଅଗ୍ରଗତି ସମ୍ବନ୍ଧରେ ପ୍ରଶ୍ନ କରିଥିଲେ ଏବଂ ଯେଉଁ କାର୍ଯ୍ୟ ଗୁଡିକ ମନ୍ଥର ଗତିରେ କାର୍ଯ୍ୟକାରୀ ହେଉଛନ୍ତି ତାହାକୁ ତ୍ୱରାନ୍ୱିତ କରିବା ପାଇଁ ପ୍ରଶାସନକୁ ନିଦେ୍ର୍ଦଶ ଦେଇଥିଲେ ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ବୌଦ୍ଧ ଜିଲ୍ଲାରେ ଅନେକ ବିକାଶମୂଳକ ପ୍ରକଳ୍ପ ଯଥା ରାସ୍ତା ଓ ପୋଲ ନିର୍ମାଣ, ପାନୀୟ ଜଳ ଯୋଗାଣ, ଶିକ୍ଷା ଓ ସ୍ୱାସ୍ଥ୍ୟ ଭିତ୍ତିଭୂମି ନିର୍ମାଣରେ ଉଲ୍ଲେଖନୀୟ ପ୍ରଗତି ହୋଇଛି । ଏହା ସହିତ ଜନଶୁଣାଣି, ଭତ୍ତା ବଣ୍ଟନ, ବରିଷ୍ଠ ଅଧିକାରୀ ଓ ମାନ୍ୟବର ମନ୍ତ୍ରୀଙ୍କ ପରିଦର୍ଶନ, ମଧ୍ୟାହ୍ନଭୋଜନ ଯୋଜନା, ମୁଖ୍ୟମନ୍ତ୍ରୀ ଅନ୍ତଦ୍ୟୋୟ ଯୋଜନା, ମିଶନ ଦ୍ଭ ୭ ପୃଷ୍ଠାରେ...