ବ୍ଲକ ଅଧ୍ୟକ୍ଷଙ୍କ ମାତୃ ବିୟୋଗ

 ତାଳଚେର : ତାଳଚେର ବ୍ଲକର ପୂର୍ବତନ ଅଧ୍ୟକ୍ଷ ମାନସ ରଞ୍ଜନ ଆଚାର୍ଯ୍ୟଙ୍କର ମା’ ନିରୁପମା ଆଚାର୍ଯ୍ୟ (୮୦) ଙ୍କର ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଫୋନ ଯୋଗେ ପରିବାରଙ୍କ ସହ କଥା ହୋଇ ଗଭୀର ଶୋକ ପ୍ରକଟ କରିବା ସହ ଅମର ଆତ୍ମାର ସଦ୍ଗତି ନିମନ୍ତେ ପ୍ରାର୍ଥନା କରିଛନ୍ତି । ଏବଂ ଶୋକ ସନ୍ତପ୍ତ ପରିବାରଙ୍କୁ ସମବେଦନା ଜଣାଇଛନ୍ତି । ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ମା’ ବସନ୍ତ ମଞ୍ଜରୀ ପ୍ରଧାନ, ବିକାଶ ଫାଉଣ୍ଡେସନ ଟ୍ରଷ୍ଟର ଅଧ୍ୟକ୍ଷା ମୃଦୁଳା ପ୍ରଧାନ, ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣି ଫୋନ କରି ଶୋକ ସନ୍ତପ୍ତ ପରିବାରଙ୍କୁ ସମବେଦନା ଜଣାଇଛନ୍ତି । ସେହିପରି ବିଧାୟକ ଅଶୋକ ମହାନ୍ତି, ଏନଏସଆଇସିର ଡାଇରେକ୍ଟର ବରିଷ୍ଠ ବିଜେପି ନେତା କାଳନ୍ଦି ସାମଲ, ଜିଲ୍ଲା ସଭାପତି ଯଯାତି ପଟ୍ଟନାୟକ ଓ ଜୋନାଲ ମିଡ଼ିଆ ସେଲ ସଂଯୋଜକ ପର୍ଶୁରାମ ବାରିକ ପ୍ରମୁଖ ଶୋକ ପ୍ରକାଶ କରିବା ସହ ସମବେଦନା ଜଣାଇଛନ୍ତି ।