ବ୍ଲକରେ ମିଳିତ ଜନଶୁଣାଣି ଶିବିର

 ଭଦ୍ରକ:  ଚଳିତ ମାସର ୩ୟ ସୋମବାର ଦିନ ଭଦ୍ରକ ବ୍ଲକ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଓ ଏସ୍.ପି.ଙ୍କ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଭଦ୍ରକ ଜିଲ୍ଲାପାଳ ଦିଲୀପ ରାଉତରାଏ, ଭଦ୍ରକ ଏସ୍.ପି. ମାଡ଼କର ସନ୍ଦୀପ ସମ୍ପତ ଏହି ଶିବିରରେ ଯୋଗ ଦେଇ ସମୁଦାୟ ୫୮ଟି ଅଭିଯୋଗ ଶୁଣିଥିଲେ । ସେଥି ମଧ୍ୟରେ ୪୮ଟି ବ୍ୟକ୍ତିଗତ ଓ ୧୦ଟି ସାମୂହିକ ସମସ୍ୟା ସମ୍ବନ୍ଧୀୟ ଅଭିଯୋଗ ଥିଲା । ୧୮ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା ।
ଭଦ୍ରକ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ସରୋଜ କୁମାର ଦତ୍ତ, ଉପଜିଲ୍ଲାପାଳ ସୌରଭ ଚକ୍ରବର୍ତ୍ତୀ, ଅତିରିକ୍ତ ଏସ୍.ପି. ବାସୁଦବେ ସାହୁ, ଭଦ୍ରକ ବ୍ଲକ ଅଧ୍ୟକ୍ଷା ଉର୍ମିଳା ନାୟକ, ଡ଼ାକ୍ତର ସୁଧୀର ରଞ୍ଜନ ନାୟକ, ଭଦ୍ରକ ବି.ଡ଼ି.ଓ. ରଶ୍ମି ରଞ୍ଜନ ମଲ୍ଲିକ, ଭଦ୍ରକ ତହସିଲଦାର ପ୍ରିୟଦର୍ଶୀ ସଂଗ୍ରାମ କେଶରୀ ଖୁଣ୍ଟିଆ ପ୍ରମୁଖ ଏହି ଶିବିରରେ ଯୋଗ ଦେଇ ଶୁଣାଣି କାର୍ଯ୍ୟରେ ଜିଲ୍ଲାପାଳଙ୍କୁ ସହଯୋଗ କରିଥିଲେ । ଜିଲ୍ଲାସ୍ତରୀୟ ଓ ଉକ୍ତ ବ୍ଲକ୍ତ ସ୍ତରୀୟ ବିଭାଗୀୟ ଅଧିକାରୀମାନେ ମଧ୍ୟ ଏହି ଶିବିରରେ ଉପସ୍ଥିତ ରହି ଅଭିଯୋଗ ସମାଧାନ ପାଇଁ ଜିଲ୍ଲାପାଳଙ୍କ ଆବଶ୍ୟକ ମତେ ତଥ୍ୟ ଉପସ୍ଥାପନ କରିଥିଲେ । ଜିଲ୍ଲା ସାମାଜିକ ସୁରକ୍ଷା ଯୋଜନା ଆନୁକୂଲ୍ୟରେ ୩ଜଣ ଦିବ୍ୟାଙ୍ଗଙ୍କୁ ଜିଲ୍ଲାପାଳ ତିନି ଚକିଆ ସାଇକେଲ ବିତରଣ କରିଥିଲେ ।
ବରୀ: ଆଜି ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ବରୀ ବ୍ଳକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି ଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡୀ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ । ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ  ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ ।  ଆଜି ମୋଟ ୧୩୩ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୭୮ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୧୦  ଗୋଟି, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ନିମନ୍ତେ ୪୫ ଗୋଟି ଅଭିଯୋଗର ଶୁଣାଣି କରାଯାଇଥିଲା । ୬୫ ଟି ଅଭିଯୋଗର ତକôାଳ ଫଇସଲା କରାଯାଇଥିଲା । ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ ୟଶପ୍ରତାପ ଶ୍ରୀମାଲ,  ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ତଥା  ନିର୍ବାହୀ ଅଧିକାରୀ  ଅଶୋକ କୁମାର ବେହୁରିଆ, ଭାରପ୍ରାପ୍ତ ଉପ ଜିଲ୍ଲାପାଳ ଲମ୍ବୋଦର ଖୁଣ୍ଟିଆ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ବରୀ, ଅସିତ୍ କୁମାର ମହାନ୍ତି, ଭାରପ୍ରାପ୍ତ ତହସିଲଦାର, ବରୀ କଲ୍ଲୋଳ ମିଶ୍ର ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ । ଶେଷରେ ଭିନ୍ନକ୍ଷମ ମାନଙ୍କୁ ୨ ଟି ଟ୍ରାଇ ସାଇକଲ ବଣ୍ଟନ କରାଯାଇଥିଲା । ଯେଉଁଥିରେ କି ହଳଦିବସନ୍ତ, ସାହୁପଦା, ବରୀର ଦିଲ୍ଲୀପ କୁମାର ସାମଲ, ପି: କୈଳାଶ ଚନ୍ଦ୍ର ସାମଲ, ବାଲିବିଲି ବରୀର  ମାନଗୋବିନ୍ଦ ପତି ପି: କୈଳାଶ ପତିଙ୍କୁ ଟ୍ରାଇ ସାଇକଲ ପ୍ରଦାନ କରାଯାଇଥିଲା ।