ବ୍ୟାରିକେଡ ଭାଙ୍ଗିଲେ ବିଜେଡି କର୍ମୀ : ପୁଲିସର ପାଣିମାଡ଼

ବ୍ୟାରିକେଡ ଭାଙ୍ଗିଲେ ବିଜେଡି କର୍ମୀ : ପୁଲିସର ପାଣିମାଡ଼
ଭୁବନେଶ୍ୱର : ଗାନ୍ଧୀ ମାର୍ଗରେ ଖଣ୍ଡଯୁଦ୍ଧ ସ୍ଥିତି । ବିଧାନସଭା ସମ୍ମୁଖରେ ବିଜେଡିର ଜୋରଦାର ବିକ୍ଷୋଭ । ପଞ୍ଚାୟତିରାଜ ବ୍ୟବସ୍ଥାରେ ଜନ ପ୍ରତିନିଧିଙ୍କ କ୍ଷମତାକୁ ସଙ୍କୁଚିତ କରିବା ଅଭିଯୋଗରେ  ବିଧାନସଭା ଘେରାଉ କରିଛି ବିଜେଡି ।  ବିଜେଡି କର୍ମୀମାନେ ୨ଟି ବ୍ୟାରିକେଟ ଭାଙ୍ଗିଦେଇଛନ୍ତି । ଲୋୟର ପିଏମଜିରେ ବିଜେଡିର ବରିଷ୍ଠ ନେତା ଓ ପଞ୍ଚାୟତ ପ୍ରତିନିଧିମାନେ ପ୍ରଥମ ବ୍ୟାରିକେଡ ଭାଙ୍ଗି ଦ୍ୱିତୀୟ ବ୍ୟାରିକେଡ ଭାଙ୍ଗିବାକୁ ପ୍ରୟାସ କରୁଥିବା ବେଳେ ପୁଲିସ ସେମାନଙ୍କୁ ଅଟକାଇଛି । ବ୍ୟାରିକେଡ ଭାଙ୍ଗି ବିଧାନସଭା ଆଡକୁ ଅଗ୍ରସର ହେଉଥିବା ବେଳେ ବିଜେଡି କର୍ମୀ ଓ ପୁଲିସ ମୁହାଁମୁହିଁ । କିଛି ଆନ୍ଦୋଳନକାରୀଙ୍କୁ ପୁଲିସ ଉଠାଇ ନେଇଛି। ସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ପୁଲିସ ପାଣିମାଡ଼ କରିଛି ।