ଭିଜିଲାନ୍ସ ଜାଲରେ ଓଏଏସ୍ ଅଧିକାରୀ

କଟକ : ଭିଜିଲାନ୍ସ ଜାଲରେ ଓଏଏସ୍ ବାବୁ । ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ସରକାରୀ ବାବୁ । ଗଞ୍ଜାମ ବେଲଗୁଣ୍ଠା ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ବନମାଳୀ ଶତପଥୀ ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଛନ୍ତି । ସୂଚନା ଅନୁସାରେ, ଜଣେ କର୍ମଚାରୀଙ୍କ ରିଲିଜ୍ ଅର୍ଡର ଓ ଏରିୟର କରାଇଦେବାକୁ କହି ତାଙ୍କ ଠାରୁ ୨୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ । ଏହାପରେ କର୍ମଚାରୀ ଜଣକ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ । କର୍ମଚାରୀଙ୍କଠାରୁ ବାଲିପଦର ବସ୍ ଷ୍ଟପ୍ ଠାରେ ୨୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ବ୍ରହ୍ମପୁର ଭିଜିଲାନ୍ସ ଟିମ୍ ଚଢାଉ କରିଥିଲା । ଚଢ଼ାଉରେ ଜଣେ ଡିଏସପି, ଜଣେ ଇନ୍ସପେକ୍ଟର ଓ ୨ ଜଣ ଏଏସଆଇ ରହିଛନ୍ତି । ତାଙ୍କ ଅଫିସ, ସରକାରୀ ବାସଭବନ ଓ କବିସୂର୍ଯ୍ୟନଗରଠାରେ ଥିବା ୨ଟି ଘରେ ମଧ୍ୟ ରେଡ୍ କରାଯାଉଛି ।