ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ୱ ସହାୟକ

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ୱ ସହାୟକ

ସମ୍ବଲପୁର : ଭିଜିଲାନ୍ସ ଜାଲରେ ସମ୍ବଲପୁର ବରିଷ୍ଠ ରାଜସ୍ୱ ସହାୟକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର ସେଟେଲମେଣ୍ଟ ଅଫିସରଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ବରିଷ୍ଠ ରାଜସ୍ୱ ସହାୟକ ବାସୁଦେବ ଭୋଇଙ୍କ ଘରେ ଭିଜିଲାନ୍ସ ଚଢାଉ କରାଯାଇଛି । ସମ୍ବଲପୁରର ସ୍ୱତନ୍ତ୍ର ଭିଜିଲାନ୍ସ ବିଚାରପତିଙ୍କ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଓଡ଼ିଶା ଭିଜିଲାନ୍ସର  ୨ ଜଣ ଡିଏସ୍‌ପି, ୮ ଜଣ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ବରଗଡ଼ ଏବଂ ସମ୍ବଲପୁର ଜିଲ୍ଲାର  ୪ଟି ସ୍ଥାନରେ ଏକକାଳୀନ ଘର ତଲାସୀ  କରାଯାଉଛି । ବରଗଡରେ ଥିବା ଆବାସିକ ଦୁଇ ମହଲା କୋଠା, ସମ୍ବଲପୁର ଚାରଭାଟିରେ ଥିବା କୋଠା, ବରଗଡରେ ଥିବା ପୈତୃକ ଘର, ସମ୍ବଲପୁରରେ ଥିବା ତାଙ୍କ ସରକାରୀ କାର୍ଯ୍ୟାଳୟରେ ଭିଜିଲାନ୍ସ ବିଭାଗ ପକ୍ଷରୁ ରେଡ୍‌ ଜାରି ରଖିଛି ଭିଜିଲାନ୍ସ  ।