ଭୁବନେଶ୍ୱର ବିମାନବନ୍ଦରରେ କଲରାପତରିଆ ବାଘ ଆତଙ୍କ!


 ଭୁବନେଶ୍ୱର, ୨୬ା୧୦ : ଭୁବନେଶ୍ୱର ବିମାନବନ୍ଦରରେ ପୁଣି ଥରେ କଲରାପତରିଆ ବାଘ ଆତଙ୍କ ଦେଖାଦେଇଛି । ବିମାନବନ୍ଦର ପରିସର ଡମ୍ପିଂ ୟାର୍ଡରେ ବାଘ ଥିବା ସୂଚନା ମିଳିଛି  । ଏହି ଖବର ପ୍ରଚାରିତ ହେବା ପରେ ବିମାନବନ୍ଦର ଆଖପାଖ ଅଞ୍ଚଳବାସୀଙ୍କ ମଧ୍ୟରେ କୋକୁଆ ଭୟ ଖେଳିଯାଇଛି । ଡମ୍ପିୟାର୍ଡ କର୍ମଚାରୀମାନେ କଲରାପତରିଆ ଦେଖିଥିବା କହିଛନ୍ତି  । ବାଘକୁ ଠାବ କରିବାକୁ ବନ ବିଭାଗ ଓ ପୁଲିସ ପକ୍ଷରୁ ଉଦ୍ୟମ କରାଯାଉଛି  । ପ୍ଲାଷ୍ଟିକ ଜାଲ ଓ ଅନ୍ୟାନ ଉପକରଣ ସହ ସଜାଗ ରହିଛି ବନବିଭାଗ  । ଏହାସହ ବାଘ ପାଇଁ ଜନ୍ତା ବସାଇବା ସହ ଜନ୍ତା ଭିତରେ କୁକୁଡା ରଖାଯାଇ ବାଘକୁ ରାତିରେ ଜଗିଛନ୍ତି ବନବିଭାଗ ଟିମ । 
 ପୂର୍ବରୁ ଗତ ୨୦୧୯ ଫେବ୍ରୁଆରୀ ୨୦ ତାରିଖରେ ଏୟାରପୋର୍ଟ ଅଞ୍ଚଳରେ ବାଘ ଦେଖାଯାଇଥିଲା  । ବାଘଟିକୁ ସୁରକ୍ଷିତ ଭାବେ ଉଦ୍ଧାର କରିଥିଲା ବନବିଭାଗ  । ଏବେ ପୁଣି ଥରେ ବାଘ ବୁଲୁଥିବା ଖବର ପ୍ରଚାରିତ ହେଉଥିବାରୁ ଲୋକେ ଆତଙ୍କିତ ଅବସ୍ଥାରେ ଅଛନ୍ତି । ଏନେଇ  ବନ ଅଧିକାରୀଙ୍କ ସୂଚନା ମିଳି ପାରିନି ।