ଭୁବନେଶ୍ୱରରେ ପହଞ୍ଚିଲେ ଉଭୟ ଭାରତ ଓ ଦକ୍ଷିଣ ଆଫ୍ରିକା କ୍ରିକେଟ୍ ଟିମ୍
ଭୁବନେଶ୍ୱର : ଆଜି ଭୁବନେଶ୍ୱରରେ ପହଞ୍ଚିଛନ୍ତି ଉଭୟ ଭାରତ ଓ ଦକ୍ଷିଣ ଆଫ୍ରିକାର କ୍ରିକେଟ୍ ଟିମ୍ । ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ଏୟାରପୋର୍ଟରେ ପହଞ୍ଚିଲେ ଉଭୟ ଦଳର ଖେଳାଳି । ବାରବାଟୀ ଟି-୨୦ ମ୍ୟାଚ୍ ପାଇଁ ଆସି ପହଞ୍ଚିଲେ ଉଭୟ ଟିମ୍ । ଆସନ୍ତା ଡିସେମ୍ବର ୯ ତାରିଖରେ କଟକ ବାରବାଟୀ ଷ୍ଟାଡିୟମ୍ରେ ଅନୁଷ୍ଠିତ ହେବ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ମ୍ୟାଚ୍ । ପୂର୍ବରୁ ଭାରତୀୟ କ୍ରିକେଟ ପ୍ଲେୟର ହାରର୍ଦ୍ଦିକ ପାଣ୍ଡିଆ ଓ ବୁମରା ଭୁବନେଶ୍ୱରରେ ପହଞ୍ଚିଥିଲେ । ଭୁବନେଶ୍ୱରର ଏକ ଘରୋଇ ହୋଟେଲରେ ଉଭୟ ଭାରତ ଓ ଦକ୍ଷିଣ ଆଫ୍ରିକାର ଖେଳାଳି ମାନେ ରହିବେ ।