ଭୁବନେଶ୍ୱରରେ ମହାମହିମ ରାଷ୍ଟ୍ରପତି

ଭୁବନେଶ୍ୱରରେ ମହାମହିମ ରାଷ୍ଟ୍ରପତି

ଭୁବନେଶ୍ୱର : ଭୁବନେଶ୍ୱର ବିମାନବନ୍ଦରରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭବ୍ୟ ସ୍ୱାଗତ । ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି । ଏହାପରେ ସେଠାରୁ ସ୍ୱତନ୍ତ୍ର କାର୍‌କେଡ୍‌ ଜରିଆରେ ରାଜଭବନକୁ ଯାଇଛନ୍ତି । କିଛି ସମୟର ବିଶ୍ରାମ ପରେ ରାଷ୍ଟ୍ରପତି ଓଡ଼ିଶା ବିଧାନସଭାକୁ ଅଭିମୁଖେ ଗସ୍ତ କରିବେ । ସେଠାରେ ବିଧାନସଭା ଶୀତକାଳୀନ ଅଧିବେଶନକୁ ସମ୍ବୋଧନ କରିବେ ରାଷ୍ଟ୍ରପତି । ସ୍ୱାଗତ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟପାଳ  ହରିବାବୁ  କୁମ୍ଭମ୍‌ପାଟିଙ୍କ ସହ ବହୁ ବିଧାୟକ ଓ ମନ୍ତ୍ରୀ ମାନେ ଉପସ୍ଥିତ ଥିଲେ ।