ମଣ୍ଡଳସ୍ତରୀୟ ଆଇନ ସଚେତନତା କାର୍ଯ୍ୟକ୍ରମ

 ନିମାପଡ଼ା: ନିମାପଡ଼ା ଇଣ୍ଡୋର୍ ଷ୍ଟାଡିୟମ୍ ପରିସରରେ ବ୍ଲକ୍ସ୍ତରୀୟ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ବିଭିନ୍ନ ମହିଳା କଲ୍ୟାଣକାରୀ ଆଇନ ସମ୍ପର୍କରେ ଶିବିରାର୍ଥୀମାନଙ୍କୁ ସଚେତନ କରାଯାଇଥିଲା । ନିମାପଡା ବ୍ଲକ୍ର ବିଭିନ୍ନ ଗ୍ରାମପଞ୍ଚାୟତ ଓ ବିଜ୍ଞାପିତ ଅଞ୍ଚଳ ପରିଷଦ ମଧ୍ୟରେ ଥିବା ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟା, ଅଙ୍ଗନୱାଡ଼ି କର୍ମୀ, ଆଶା କର୍ମୀ ଏବଂ ବିଭିନ୍ନ ସ୍ୱେଚ୍ଛାସେବୀ ସଙ୍ଗଠନର ମହିଳାମାନେ ସାମିଲ ହୋଇଥିଲେ । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମୁଖ୍ୟଅତିଥି ଭାବେ ଯୋଗଦେଇ ଏହି କାର୍ଯ୍ୟକ୍ରମକୁ ଉଦ୍ଘାଟିତ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ପଞ୍ଚାୟତ ସମିତି ଅଧ୍ୟକ୍ଷ ଶଙ୍କର ଭୋଇ, ମଣ୍ଡଳ ଉନ୍ନୟନ ଅଧିକାରୀ ଅଭିଜିତ ଷଡ଼ଙ୍ଗୀ, ପୋଲିସ ଉପଖଣ୍ଡ ଅଧିକାରୀ ପ୍ରଭାତ ମଲ୍ଲିକ, ଶିଶୁ ବିକାଶ ପ୍ରକଳ୍ପ ଅଧିକାରିଣୀ ତନୁପ୍ରଭା ବେଉରା, ସାଂସଦ ପ୍ରତିନିଧି ମିନଲତା ମହାନ୍ତି ପ୍ରମୁଖ ଯୋଗ ଦେଇଥିଲେ ।