ମନ୍ତ୍ରୀଙ୍କ ସମୀକ୍ଷା ବୈଠକ
ମାଲକାନଗିରି: ମସô୍ୟ ଓ ପ୍ରାଣିସମ୍ପଦ ବିକାଶ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ମାଲକାନଗିରି ଜିଲ୍ଲାରେ ବିଭିନ୍ନ ବିଭାଗର ସମୀକ୍ଷା କରିଛନ୍ତି । ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଆୟୋଜିତ ସମୀକ୍ଷା ବୈଠକରେ ମନ୍ତ୍ରୀ ଅନୁସୂଚୀତ ଜନଜାତି ଓ ଅନୁସୂଚିତ ଜାତି ବିଭାଗ ଓ ଶିକ୍ଷା ବିଭାଗ ଅଧିନରେ ଆସୁଥିବା ସମସ୍ତ ବିଦ୍ୟାଳୟର ଭିତ୍ତିଭୂମି ସୁଦୃଢ କରିବା ପାଇଁ ଗୁରୁତ୍ୱାରୋପ କରିଛନ୍ତି । ଶିକ୍ଷାର ମାନ ବୃଦ୍ଧି, ନିରନ୍ତର ଭାବେ ଅଧିକାରୀଙ୍କ ବିଦ୍ୟାଳୟ ପରିଦର୍ଶନ, ମହିଳା ଛାତ୍ରୀଙ୍କ ସୁରକ୍ଷା ଇତ୍ୟାଦି ଉପରେ ଧ୍ୟାନ ଦେବା ପାଇଁ କୁହାଯାଇଛି । ଉଚ୍ଚ ଶିକ୍ଷା ସହ ଉଚିତ୍ ଶିକ୍ଷା ମାଧ୍ୟମରେ ବିକାଶ ସମ୍ଭବ ହୋଇପାରିବ ବୋଲି ମନ୍ତ୍ରୀ କହିଛନ୍ତି । ଜିଲ୍ଲାର ସ୍ୱାସ୍ଥ୍ୟ ଭିତ୍ତିଭୂମି, ଗ୍ରାମ୍ୟ ଉନ୍ନୟନ ବିଭାଗର ରାସ୍ତା ନିର୍ମାଣ, ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନା ସହ ପୂର୍ତ୍ତ ବିଭାଗ ରାସ୍ତା ନିର୍ମାଣ କାମ ତ୍ୱରାନିତ କରିବା ଉପରେ ନିଦେ୍ର୍ଦଶ ଦେଇଛନ୍ତି । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପର୍ଯ୍ୟାପ୍ତ ପାନୀୟ ଜଳ ବ୍ୟବସ୍ଥା କରିବା ପାଇଁ କୁହାଯାଇଛି । ସେହିପରି ଜଙ୍ଗଲ ବିଭାଗକୁ ଜଙ୍ଗଲ ନିଆଁକୁ ରୋକିବା ପାଇଁ କି ପଦକ୍ଷେପ ନିଆ ଯାଇଛି ପଚାରି ବୁଝିଥିଲେ । ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ଅନ୍ତ୍ୟଦୟ ଗୃହ ଯୋଜନାରେ କେତେ ହିତାଧିକାରୀ ଉପକୃତ ହୋଇପାରିଛନ୍ତି ସେ ବିଷୟରେ ମନ୍ତ୍ରୀ ପଚାରି ବୁଝିଥିଲେ । ପିଏମ୍ ଜନମନ ଯୋଜନା ମାଧ୍ୟମରେ ଜିଲ୍ଲାର ଦୁଇ ଆଦିମ ବଣ୍ଡା ଓ ଦିଦାୟୀ ଜନଜାତିଙ୍କୁ ଆବାସ ଯୋଗାଇ ଦେବା ପାଇଁ ବ୍ୟବସ୍ଥା କରାଯାଉଛି ବୋଲି ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ସୂଚନା ଦେଇଥିଲେ । ମସô୍ୟ ଓ ଅଣ୍ଡା ଉତ୍ପାଦନ କ୍ଷେତ୍ରରେ ଆମ ଜିଲ୍ଲା ସ୍ୱାବଲମ୍ବୀ ହେବାର ଆବଶ୍ୟକତା ରହିଛି ବୋଲି ମନ୍ତ୍ରୀ କହିଛନ୍ତି ।