ମମତା ମହନ୍ତଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା


ାା ପ୍ରଭାନୁ୍ୟଜ୍ ।ା ଭୁବନେଶ୍ୱର: ବିଜେପିର ଆଦର୍ଶ ଏବଂ ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ କାର୍ଯ୍ୟଶୈଳୀରେ ହୋଇ ପୂର୍ବତନ ବିଜେଡି ନେତ୍ରୀ ତଥା ସାଂସଦ ଶ୍ରୀମତୀ ମମତା ମହନ୍ତ ବିଜେଡି ଦଳ ଏବଂ ରାଜ୍ୟ ସଭା ସାଂସଦ ପଦରୁ ଇସ୍ତଫା ଦେଇ ଗତ ୧ ତାରିଖ ଦିନ ନୂଆଦିଲ୍ଲୀସ୍ଥିତ କେନ୍ଦ୍ରୀୟ କାର୍ଯ୍ୟାଳୟଠାରେ ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗଦାନ କରିଥିଲେ  । ଆଜି ଶ୍ରୀମତୀ ମହନ୍ତ ଭୁବନେଶ୍ୱରରେ ପହଞ୍ଚିବା ପରେ ତାଙ୍କୁ ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସ୍ୱାଗତ ଓ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା  । ଏହି ଅବସରରେ ରାଜ୍ୟ ସଭାପତି ମନମୋହନ ସାମଲ, ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂହ ତୋମାର, ରାଜ୍ୟ ସହପ୍ରଭାରୀ ଲତା ଉସେଣ୍ଡି, ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର, ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ରାଜ୍ୟ ସାଧାରଣ ସଂପାକ ଡ.ଯତୀନ ମହାନ୍ତି ପ୍ରମୁଖ ଉପସ୍ଥିତ ରହି ଶ୍ରୀମତୀ ମହନ୍ତଙ୍କୁ ପୁ୍ଷ୍ପଗୁଚ୍ଛ ଓ ଉତ୍ତରୀୟ ପ୍ରଦାନ କରି ସ୍ୱାଗତ ଜଣାଇବା ସହିତ ଶ୍ରୀମତୀ ମହନ୍ତଙ୍କୁ ଶୁଭେଚ୍ଛା ଓ ଅଭିନ୍ଦନ ଜଣାଇଥିଲେ  । ଏହି ଅବସରରେ ଶ୍ରୀମତି ମହନ୍ତ କହିଥିଲେ ଯେ, ଓଡିଶାବାସୀ ଏବଂ ବିଶେଷ ଭାବେ ମୟୂରଭଞ୍ଜ ଜିଲ୍ଲାବାସୀ ସଦ୍ୟସମାପ୍ତ ନିର୍ବାଚନରେ ବିଜେପିକୁ ପୂର୍ଣ୍ଣ ସମର୍ଥନ ଜଣାଇଛନ୍ତି  । ଜିଲ୍ଲାର ସମୁଦାୟ ୯ଟିରୁ ୯ ବିଧାୟକ ଏବଂ ଲୋକସଭା ସାଂସଦଙ୍କୁ ବିଜୟୀ କରାଇଛନ୍ତି  । ଲୋକଙ୍କ ସେବା ପାଇଁ ମୁଁ ବିଜେପିରେ ଯୋଗ ଦେଇଛି ଏବଂ ଶୃଙ୍ଖଳିତ କାର୍ଯ୍ୟକର୍ତା ଭାବେ ପାର୍ଟିର ନିଦେ୍ର୍ଦଶକୁ ପାଳନ କରିବି ବୋଲି ଶ୍ରୀ ମହନ୍ତ କହିଛନ୍ତି  ।