ମହଙ୍ଗା ଭତ୍ତା ୨% ବୃଦ୍ଧି
ଭୁବନେଶ୍ୱର: ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର । ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଡିଏ ଓ ଟିଆଇରେ ୨% ବୃଦ୍ଧି କରାଯାଇଛି । ଏହିକ୍ରମରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (ଡିଏ) ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଛି । ଏହା ଜାନୁଆରୀ ପହିଲା ୨୦୨୫ରୁ ପିଛିଲା ଭାବରେ ଲାଗୁ ହେବ । ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଏପ୍ରିଲ ମାସ ଦରମାରେ ନଗଦ ଆକାରରେ ମିଳିବ । ସେହିପରି ପେନ୍ସନଭୋଗୀଙ୍କ ଟିଆଇରେ ମଧ୍ୟ ଦୁଇ ପ୍ରତିଶତ ବୃଦ୍ଧି କରାଯାଇଛି । ସେମାନେ ମଧ୍ୟ ଅନୁରୂପ ଭାବେ ଏପ୍ରିଲ ମାସ ପେନ୍ସନରେ ଏହି ବର୍ଦ୍ଧିତ ଟିଆଇ ପାଇବେ । ଏହା ଦ୍ୱାରା ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍ସନଭୋଗୀ ଉପକୃତ ହେବେ ।