ମହାନଦୀ ଜଳ ବିବାଦ : ଆସନ୍ତାକାଲି ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
ଭୁବନେଶ୍ୱର : ଆସନ୍ତା କାଲି ମହାନଦୀ ଜଳ ବିବାଦ ପ୍ରସଙ୍ଗକୁ ନେଇ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ । ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ମନ୍ତ୍ରୀ ମୁକେଶ ମହାଲିଙ୍ଗ । ସେ କହିଛନ୍ତି, ନଭେମ୍ବର ୧୦ ତାରିଖରେ ମୁଖ୍ୟ ଶାସନ ସଚିବ ସ୍ତରରେ ବୈଠକ ବସିଥିଲା । ଛତିଶଗଡ଼ ସହ ୬ ଥର ଯୁଗ୍ମ ବୈଷୟିକ କମିଟି ବୈଠକ ସରିଛି । କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହଙ୍କ ଉପସ୍ଥିତିରେ ପୂର୍ବାଞ୍ଚଳ ପରିଷଦ ବୈଠକରେ ଦୁଇ ରାଜ୍ୟ ମଧ୍ୟରେ ଆଲୋଚନା ହୋଇଛି । କେନ୍ଦ୍ର ସରକାର ଏହି ବିବାଦକୁ ଗୁରୁତ୍ୱର ସହ ନେଇଛନ୍ତି । ଆସନ୍ତାକାଲି ମଧ୍ୟ ଏନେଇ ଜଏଣ୍ଟ ଟେକ୍ନିକାଲ ଟିମଙ୍କ ମଧ୍ୟରେ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି । ଆସନ୍ତା ୨୦ ତାରିଖରେ ଟ୍ରିବ୍ୟୁନାଲ ଶୁଣାଣି ମଧ୍ୟ ହେବ । ଏନେଇ ମୁଖ୍ୟମନ୍ତ୍ରୀଙ୍କ ତରଫରୁ ଗୃହରେ ଉତ୍ତର ରଖିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ।