ମହାପ୍ରଭୁଙ୍କ ବନକଲାଗି ନୀତି : ପାଞ୍ଚ ଘଣ୍ଟା ପାଇଁ ସର୍ବସାଧାରଣଙ୍କ ଦର୍ଶନ ବନ୍ଦ
ପୁରୀ : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଶ୍ରୀମନ୍ଦିରରେ ପାଞ୍ଚ ଘଣ୍ଟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ଦର୍ଶନ ବନ୍ଦ ରହିବ । ଆଜି ମାର୍ଗଶିର ଶୁକ୍ଳ ତ୍ରୟୋଦଶୀ ତିଥିରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଏହି ଗୁପ୍ତ ନୀତି ଅନୁଷ୍ଠିତ ହେବ । ଅପରାହ୍ନ ୫ ଟା ଠାରୁ ରାତି ୧୦ ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦତ୍ତ ମହାପାତ୍ର ସେବକମାନେ ଏହି ଗୁପ୍ତ ସେବା କରିବେ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।