ମହାରାଷ୍ଟ୍ରରୁ ଶିମିଳିପାଳ ଆସିବେ ଦୁଇ ମହାବଳ ବାଘ

ମହାରାଷ୍ଟ୍ରରୁ ଶିମିଳିପାଳ ଆସିବେ ଦୁଇ ମହାବଳ ବାଘ


ଭୁବନେଶ୍ୱର: ମହାରାଷ୍ଟ୍ରର ତାଡୋବା ଜଙ୍ଗଲରୁ ଶିମିଳିପାଳକୁ ଦୁଇ ମହାବଳ ବାଘ ଆସିବେ । ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଛି । ଶିମିଳିପାଳର ଏକ ସ୍ୱତନ୍ତ୍ର ଟିମ୍ ମହାରାଷ୍ଟ୍ରର ଯାଇଥିବା ଜଣାପଡ଼ିଛି । ଆସନ୍ତା ସପ୍ତାହ ମଧ୍ୟରେ ଶିମିଳିପାଳକୁ ଏହି ଦୁଇଟି ମହାବଳ ବାଘ ଆସିବେ । ଶିମିଳିପାଳର କ୍ଷେତ୍ର ନିଦେ୍ର୍ଦଶକ, ଉପ ନିଦେ୍ର୍ଦଶକଙ୍କ ସହ ବନ୍ୟଜନ୍ତୁ ଡାକ୍ତରୀଦଳ ଏବଂ ତାଲିମପ୍ରାପ୍ତ ବନ କର୍ମଚାରୀ ଓ ଶିମିଳିପାଳର ରାପିଡ ରେସପନ୍ସ ଟିମକୁ ନେଇ ଗଠିତ ଏକ ଦଳ ମହାରାଷ୍ଟ୍ର ଯାଇଥିବା ସୂଚନା ମିଳିଛି । ମହାରାଷ୍ଟ୍ରର ତାଡୋବା ଜଙ୍ଗଲରୁ ଏହି ଦୁଇ ମହାବଳ ବାଘ ଆସିବେ । ଶିମିଳିପାଳର ସ୍ୱତନ୍ତ୍ର ଟିମ୍ ତାଡ?ବା ଯାଇ ବାଘ ଚିହ୍ନଟ କରିବା ପରେ ଆଇନ ଅନୁଯାୟୀ ବିଭିନ୍ନ ପ୍ରକ୍ରିୟା କରାଯାଇ ବାଘ ଅଣାଯିବ । ପୂର୍ବରୁ ଶିମିଳିପାଳ ବାଘ ବଂଶ ବୃଦ୍ଧି ପାଇଁ ଦେଶର ଉତ୍ତମ ସ୍ଥାନ ବୋଲି ଘଞଉଇ ସ୍ପଷ୍ଟ କରିଥିଲା । ଏହି ପରିପ୍ରେକ୍ଷୀରେ ଶିମିଳିପାଳକୁ ଦୁଇଟି ମହାବଳ ଅଣା ଯାଉଥିବା ସ୍ପଷ୍ଟ କରିଛନ୍ତି ଚଉଉୠ । ଏଥିପାଇଁ ପୂର୍ବ ପ୍ରସ୍ତୁତି ଶେଷ ହୋଇଥିବା ବେଳେ ଶିମିଳିପାଳ ଅଭୟାରଣ୍ୟରେ ମଧ୍ୟ ୨୮ଟି ବାଘ ଥିବା ଜଣାପଡିଛି ।