ମା' ଶ୍ୟାମଳାଇଙ୍କ ଚୈତ୍ର ପର୍ବ ଆରମ୍ଭ

  ହିଞ୍ଜିଳିକାଟୁ : ଚୈତ୍ର ମାସ ପ୍ରଥମ ପାଳି ମଙ୍ଗଳବାର ଉପଲକ୍ଷେ ହିଞ୍ଜିଳିକାଟୁ ବ୍ଲକ ନୂଆଁ ବୁରୁପଡ଼ା ନିକଟସ୍ଥ ଶକ୍ତିପୀଠ ମା’ ଶ୍ୟାମଳାଇ ପୀଠରେ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଛି । ମଙ୍ଗଳବାର ଭୋରରୁ ମା’ଙ୍କ ମାଜଣା, ମଙ୍ଗଳଆଳତୀ, ସୂର୍ଯ୍ୟପୂଜା, ମଇଲମ ଓ ସମସ୍ତ ଦେବୀନାତି ସମାପନ ପରେ ପୂଜାର୍ଚ୍ଚନା କରାଯାଇଥିଲା । ସ୍ୱତନ୍ତ୍ର ନୀତିକାନ୍ତି ସହ ପୂଜାର୍ଚ୍ଚନା ପରେ ମନ୍ଦିର ଦ୍ୱାର ଖୋଲା ଯାଇଥିଲା । ପବିତ୍ର ଯାତ୍ରାକୁ ନେଇ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ ଶ୍ୟାମଳାଈଙ୍କ ପୀଠ ଚଳଚଞ୍ଚଳ ଓ ଉତ୍ସବ ମୁଖର ହୋଇ ଉଠିଛି । ଦୂରଦୂରାନ୍ତରରୁ ଭକ୍ତମାନେ ସେମାବାର ରାତିରୁ ଆସି ମନ୍ଦିର ପରିସରରେ ଭିଡ଼ ଜମାଇବା ସହ ମନ୍ଦିର ପାଶ୍ୱର୍ରେ ମାନସିକଧାରୀମାନେ ନିଜ ନିଜ ଶିଶୁମାନଙ୍କୁ ମୁଣ୍ଡନ କରାଇଥିବାର ଦେଖିବାକୁ ମିଳିଥିଲା । ଏପରିକି ମନ୍ଦିର ପରିସରରେ ଭକ୍ତମାନଙ୍କ  ଭିଡ଼ ପରିଲିକ୍ଷିତ ହୋଇଥିଲା । ମନ୍ଦିର ଚତୁଃପାର୍ଶ୍ୱରେ ବିଭିନ୍ନ ରକମର ଖେଳଣା, ବାରମଜା, ଥଣ୍ଡାପାନୀୟ ଦୋକାନର ଅସ୍ଥାୟୀ ଦୋକାନ ବଜାରମାନ ଗଢି ଉଠିଥିଲା । ରକ୍ତମାନେ ନିଜନିଜ ପରିବାର ଓ ବନ୍ଧୁବର୍ଗଙ୍କ ସହ ମନ୍ଦିର ନିକଟରେ ଭୋଜିଭାତର ଆୟୋଜନ କରିଥିବାର ଦେଖିବାକୁ ମିଳିଥିଲା । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଆଖି ଆଗରେ ରଖି ମନ୍ଦିର ପ୍ରଶାସନ ଓ ସ୍ୱେଚ୍ଛାସେବୀମାନଙ୍କ ପକ୍ଷରୁ ପାନୀୟ ଜଳ ବଣ୍ଟନ କରାଯାଇଥିଲା । ମଙ୍ଗଳବାର ଭୋରରୁ ହିଞ୍ଜିଳି ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀନିବାସ ସେଠିଙ୍କ ତତ୍ତ୍ୱାବଧାନରେ ଥାନା ଏ ଏସଆଇ ସୁବାସ ଚନ୍ଦ୍ର ମିଶ୍ର ଓ ତାଙ୍କ ଟିମ୍ ମନ୍ଦିର ପରିସରରେ ପହଞ୍ଚô ଶାନ୍ତି ଶୃଙ୍ଖଳା ସହ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିଥିଲେ । ଅନୁରୂପ ଭାବେ ସ୍ଥାନୀୟ ବ୍ଲକ ଖରିଡ଼ା ଗ୍ରାମରେ ଅଧିଷ୍ଠିତ ମା'କରେଇଶୁଣୀଙ୍କ ପୀଠ ଓ ମା’ ତାରାତାରିଣୀଙ୍କ ପୀଠରେ ମଧ୍ୟ ଉକ୍ତ ମାନଙ୍କ ଭିଡ଼ ଦେଖିବାକୁ ମିଳିଥିଲା ।