ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହେଲେ ଆରଜେଡି ନେତା ତେଜସ୍ୱୀ ଯାଦବ

ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହେଲେ ଆରଜେଡି ନେତା ତେଜସ୍ୱୀ ଯାଦବ

ବିହାରରେ ମହାଗଠବନ୍ଧନ ମହାମେଣ୍ଟର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହେଲେ ଆରଜେଡି ନେତା ତେଜସ୍ୱୀ ଯାଦବ । ଏନେଇ କଂଗ୍ରେସ ନେତା ଅଶୋକ ଗେହଲଟ୍‌ ଏକ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି । ଅନ୍ୟପଟେ  ଭିଆଇପି ପାର୍ଟିର ନେତା ମୁକେଶ ସହାନି ଉପମୁଖ୍ୟମନ୍ତ୍ରୀ ପ୍ରାର୍ଥୀ । ଅଶୋକ ଗେହଲଟ କହିଛନ୍ତି, ବିହାରରେ ମହାମେଣ୍ଟ ପୂରାପୂରି ଭାବେ ଏକଜୁଟ୍‌ ଅଛି । ଏଥିସହିତ ପୂରା ଶକ୍ତି ଲଗାଇ ନିର୍ବାଚନ ଲଢୁଛି । ବିହାରରେ ମହାଗଠବନ୍ଧନ ସରକାର ଆସିଲେ ଅନେକ ବିକାଶ ହେବ । ଯେଉଁମାନଙ୍କ ପାଖରେ ସରକାରୀ ଚାକିରି ନାହିଁ ସେମାନଙ୍କୁ ସରକାରୀ ଚାକିରି ଦିଆଯିବ । ପ୍ରତ୍ୟେକ ପରିବାରର ଜଣେ ଲେଖାଏଁ ସଦସ୍ୟଙ୍କୁ ଚାକିରି ଦିଆଯିବ ବୋଲି କହିଛନ୍ତି ତେଜସ୍ୱୀ ଯାଦବ ।