ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପାଇଁ ପଞ୍ଜୀକରଣ ବୁକିଂ ଶେଷ

 ଭୁବନେଶ୍ୱର : ଆସନ୍ତା ସୋମବାର ଅଗଷ୍ଟ  ୧୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବାକୁ ଥିବା ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ ଅଭିଯୋଗ ପାଇଁ  ଅନଲାଇନ ସ୍ଲଟ ବୁକିଂ ଆଜି ଶେଷ ହୋଇଛି । ଆସନ୍ତା ସୋମବାର ଜନଶୁଣାଣି ପାଇଁ ଆଜି ନିର୍ଦ୍ଧାରିତ ପୂର୍ବାହ୍ନ ୧୧ ଟା ସମୟରୁ ଜଣାଶୁଣାଣି ପୋର୍ଟାଲ ଖୋଲାଯାଇଥିଲା ଏବଂ ଆଜି ଅପରାହ୍ଣ ସୁଦ୍ଧା ସମସ୍ତ ୧୦୦୦ ଟି ସ୍ଲଟ ବୁକିଂ ହୋଇସାରିଥିବା ଜଣାଯାଇଛି ।
ସୂଚନା ଯୋଗ୍ୟ ଯେ,ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ଅଗଷ୍ଟ ୧୧ ତାରିଖ  ପୂର୍ବାହ୍ନ ୧୧ ଘଟିକାରୁ ୟୁନିଟ-୨, ଅଶୋକ ନଗର, ଭୁବନେଶ୍ୱର ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ) ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି  କରିବେ । ଅନ୍ ଲାଇନ୍  ପଞ୍ଜୀକରଣ କରିଥିବା ଜନସାଧାରଣ ସେମାନଙ୍କର ପଞ୍ଜୀକୃତ ପ୍ରାପ୍ତି ସ୍ୱୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ  ଜଣାଇପାରିବେ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି ।