ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ପ୍ରସ୍ତୁତି

 କେନ୍ଦ୍ରାପଡ଼ା : ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କେନ୍ଦ୍ରାପଡ଼ା ଗସ୍ତକୁ ନେଇ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ମହାକାଳପଡ଼ା ବିଧାୟକ ଡ. ଦୁର୍ଗା ପ୍ରସନ୍ନ ନାୟକ, ଅତିରିକ୍ତ ଜିଲ୍ଲାପାଳ ରବୀନ୍ଦ୍ର କୁମାର ମଲ୍ଲିକ, ଉପଜିଲ୍ଲାପାଳ ଅରୁଣ କୁମାର ନାୟକଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ, ବିଡ଼ିଓ, ତହସିଲଦାର ଉପସ୍ଥିତ ଥିଲେ । ପ୍ରସ୍ତାବିତ କାର୍ଯ୍ୟକ୍ରମ ଅନୁସାରେ ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରାପଡ଼ାରେ ଭବ୍ୟ ସ୍ୱାଗତ ସହ ତ୍ରିରଙ୍ଗା ରାଲିରେ ମାଉସୀମା ମନ୍ଦିର ଠାରୁ ବଳଦେବ ଜିଉ ମନ୍ଦିର ପର୍ଯ୍ୟନ୍ତ ସାମିଲ ହେବେ । ପରେ ବଳଦେବଜିଉଁଙ୍କୁ ଦର୍ଶନ ଏବଂ ସମୀକ୍ଷା ବୈଠକ କାର୍ଯ୍ୟକ୍ରମ ରହିଛି । ଜିଲ୍ଲାପାଳ ସମସ୍ତ ଅଧିକାରୀ ମାନଙ୍କୁ ବିଭିନ୍ନ ଦାୟିତ୍ୱ ପ୍ରଦାନ କରିବା ସହିତ କିପରି ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମକୁ ସଫଳ କରାଯିବ ସେଥିପ୍ରତି ପ୍ରସ୍ତୁତିକୁ ଜୋରଦାର କରିବାକୁ ଜିଲ୍ଲାପାଳ ଅଧିକାରୀ ମାନଙ୍କୁ ନିଦେ୍ର୍ଦଶ ଦେଇଛନ୍ତି ।